୩ ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ ଏନ୍‌ଆଇଏନ୍‌ଏଲ

ନୂଆଦିଲ୍ଲୀ, ୭ା୭: ଦୀର୍ଘ ୨ବର୍ଷ ଧରି ବନ୍ଦ ରହିଥିବା ସରକାରୀ ଅଧୀକୃତ କମ୍ପାନୀ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌ (ଏନ୍‌ଆଇଏନ୍‌ଏଲ)ର ସ୍ଥିତି ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଏପରିକି ନିକଟରେ ଶେଷ ହୋଇଥିବା କମ୍ପାନୀର ମାଲିକାନା ଓ ଅଧିଗ୍ରହଣ ପ୍ରକ୍ରିୟା ମଧ୍ୟ ସମସ୍ତ ନୀତି ନିୟମ ମଧ୍ୟରେ ଶେଷ ହୋଇଛି। ଏ ନେଇ ବୁଧବାର ଟାଟା ଷ୍ଟିଲ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପରିଚାଳନା ନିର୍ଦ୍ଦେଶକ ଏବଂ ଟାଟା ଷ୍ଟିଲ ଲଙ୍ଗ ପ୍ରଡକ୍ଟସ୍‌ର ଅଧ୍ୟକ୍ଷ ଟି. ଭି. ନରେନ୍ଦ୍ରନ୍‌ କହିଛନ୍ତି, ଏନ୍‌ଆଇଏନ୍‌ଏଲର ଅଧିଗ୍ରହଣ ହେଉଛି ଏକ ଐତିହାସିକ ସଫଳତା ଏବଂ ଟାଟା ଗ୍ରୁପ୍‌ ପାଇଁ ଏକ ସ୍ବତନ୍ତ୍ର ଲଙ୍ଗ ପ୍ରଡକ୍ଟସ୍‌ କାରଖାନା ଗଠନ ଦିଗରେ ଏହା ବେଶ୍‌ ଉପଯୋଗୀ ହେବ। ଅପରପକ୍ଷରେ ଆଗାମୀ ୩ ମାସ ମଧ୍ୟରେ ଉକ୍ତ କାରଖାନା କାର୍ଯ୍ୟକ୍ଷମ ହେବାର ଯୋଜନା କରାଯାଉଥିବା ଲକ୍ଷ୍ୟ ରଖାଯାଇଛି। ଆମେ ବର୍ତ୍ତମାନର ପୂର୍ବ କର୍ମଚାରୀଙ୍କୁ ନେଇ କାମ କରିବା ସହ ବିଗତ ୨ବର୍ଷ ଧରି ବନ୍ଦ ପଡ଼ି ରହିଥିବା କାରଖାନାକୁ ପୁଣି ଥରେ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଥିବା ନରେନ୍ଦ୍ରନ କହିଛନ୍ତି। ଆଗାମୀ ୩ ମାସ ମଧ୍ୟରେ ଉତ୍ପାଦନ ଆରମ୍ଭ ଏବଂ ୧୨ ମାସ ମଧ୍ୟରେ ଏହାର ଧାର୍ଯ୍ୟ କ୍ଷମତା ହାସଲ କରିବା ନେଇ କମ୍ପାନୀ ପକ୍ଷରୁ ଆକଳନ କରାଯାଉଛି। ସେହିଭଳି ଟାଟା ଷ୍ଟିଲ୍‌ ଏନ୍‌ଆଇଏନ୍‌ଏଲର କ୍ଷମତା ବୃଦ୍ଧି କରି ୫୦ଲକ୍ଷ ଟନ୍‌ କରିବା ଏବଂ ଏଥିପାଇଁ ଆବଶ୍ୟକ ମଞ୍ଜୁରୀ ହାସଲ କରିବାକୁ ମଧ୍ୟ ପ୍ରୟାସ ଆରମ୍ଭ କରିଥିବା ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ, କଳିଙ୍ଗନଗରରେ ଅବସ୍ଥିତ ଟାଟା ଷ୍ଟିଲର ଅତ୍ୟାଧୁନିକ କାରଖାନା ନିକଟରେ ଏନ୍‌ଆଇଏନ୍‌ଏଲ୍‌ ଥିବାରୁ ଏହା ଟାଟା ଷ୍ଟିଲ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। କାରଣ ଏହା ସମ୍ମିଳିତ ଭିତ୍ତିଭୂମି, ସମ୍ବଳ, ପରିଚାଳନା ଇଦ୍ୟାତିରେ ସମନ୍ବୟ ଯୋଗାଇ ଦେବା ସହ ଏକ ଉତ୍ସର୍ଗୀକୃତ ଓ ଦୀର୍ଘସ୍ଥାୟୀ ଲଙ୍ଗ୍‌ ପ୍ରଡକ୍ଟସ୍‌ କମ୍ପ୍ଲେକ୍ସ ଗଠନ କରିବା ଦିଗରେ ସୁଯୋଗ ପ୍ରଦାନ କରିବ। ଯଥାଶୀଘ୍ର ବାର୍ଷିକ ୧ ନିୟୁତ ଟନ୍‌ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନାକୁ ପୁନଃ କାର୍ଯ୍ୟକ୍ଷମ କରିବା ସହିତ ମିଳିତ ଭାବେ କାର୍ଯ୍ୟ କରି ଆଗାମୀ କିଛି ବର୍ଷ ମଧ୍ୟରେ ବାର୍ଷିକ ୪.୫ ନିୟୁତ ଟନ୍‌ କ୍ଷମତା ବିଶିଷ୍ଟ ଅତ୍ୟାଧୁନିକ ଲଙ୍ଗ ପ୍ରଡକ୍ଟସ୍‌ କମ୍ପ୍ଲେକ୍ସ ନିର୍ମାଣ ମାଧ୍ୟମରେ କ୍ଷମତା ସମ୍ପ୍ରସାରିତ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ସହିତ ୨୦୩୦ ସୁଦ୍ଧା ଏହାର କ୍ଷମତାକୁ ବାର୍ଷିକ ୧୦ ନିୟୁତ ଟନ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri