Posted inଜାତୀୟ

ଟ୍ୟୁସନରୁ ଫେରୁଥିଲେ ନବମ ଶ୍ରେଣୀ ଛାତ୍ରୀ, ବାଟରେ ହେଲା ବଳାତ୍କାର:ଅର୍ଦ୍ଧନଗ୍ନ ଅବସ୍ଥାରେ…

କୋଲକାତା,୭।୯: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିବାର ଏକ ମାସ ହୋଇନାହିଁ। ସେପଟେ ହୁଗ୍‌ଲୀ ନିକଟସ୍ଥ ହରିପାଲରେ ନବମ ଶ୍ରେଣୀ ଜଣେ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ସାମ୍ନାକୁ ଆସିଛି। ଛାତ୍ରୀ ଜଣଙ୍କ ଟ୍ୟୁସନରୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିଲା।
ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇବା ପରେ ପୋଲିସ ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ଆସିଥିଲା। ପୋଲିସ ପୀଡିତାଙ୍କୁ ଅର୍ଦ୍ଧନଗ୍ନ ଅବସ୍ଥାରେ ପାଇଥିଲା। ଛାତ୍ରୀଙ୍କ ପରିବାର ପୋଲିସ ନିକଟରେ ଅଭିଯୋଗ କରିଛନ୍ତି,ପୋକ୍ସୋ ଆକ୍ଟ ଅନୁଯାୟୀ ଏକ ମାମଲା ରୁଜୁ ହୋଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ପୋଲିସର ସୂଚନାନୁସାରେ, ଏପର୍ଯ୍ୟନ୍ତ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ନାହିଁ। ଝିଅ ଏବଂ ତାଙ୍କ ପରିବାରର ଗୋପନୀୟତାକୁ ସମ୍ମାନ କରିବାକୁ ଅନୁରୋଧ କରାଯାଇଛି। ଗୁଜବ ପ୍ରଚାର କରୁଥିବା ଲୋକଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଭାଜପା ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଏହି ପ୍ରସଙ୍ଗରେ ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ଟୁଇଟରରେ ଲେଖିଛନ୍ତି ଯେ, ଜଣେ ଯୁବତୀ ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟା ଘଟଣାରେ ବଙ୍ଗଳା କ୍ରୋଧିତ ଥିବାବେଳେ ୧୫ ବର୍ଷ ବୟସ୍କା ନାବାଳିକାଙ୍କୁ ହରିପାଲର ରାସ୍ତା କଡ଼ରେ ବଳାତ୍କାର କରାଯାଇ ଉଲଗ୍ନ ଅବସ୍ଥାରେ ଛାଡି ଦିଆଯାଇଛି। ଗ୍ରେଟର କୋଲକାତା ଅଞ୍ଚଳ ଏବଂ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅମିତ ଆହୁରି ମଧ୍ୟ କହିଛନ୍ତି, ମମତା ବାନାର୍ଜୀ ପୋଲିସ ଡାକ୍ତରଖାନାକୁ ଘେରି ରହିଛନ୍ତି, ଗଣମାଧ୍ୟମକୁ ପ୍ରବେଶ ଅନୁମତି ଦିଆଯାଉ ନାହିଁ ଏବଂ ଘଟଣାର ଖବର ନହେବା ପାଇଁ ସ୍ଥାନୀୟ ଟିଏମସି ନେତାମାନେ ଏଠାକୁ ବୁଲୁଛନ୍ତି। ମହିଳା ଓ ବାଳିକା ପଶ୍ଚିମବଙ୍ଗ ସବୁଠାରୁ ଅସୁରକ୍ଷିତ ସ୍ଥାନ। ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ଇସ୍ତଫା ଦେବାକୁ ପଡିବ ସେ ଫାଷ୍ଟ ଟ୍ରାକ କୋର୍ଟ ମଧ୍ୟ ପ୍ରତିଷ୍ଠା କରିନାହାଁନ୍ତି। ସେପଟେ ସେପ୍ଟେମ୍ବର ୬ ତାରିଖ ରାତିରେ ହରିପାଲ ପୋଲିସ ଷ୍ଟେଶନରେ ସିପିଆଇଏମ ବିରୋଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri