ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଏପ୍ରିଲ ୨୫ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ଏପ୍ରିଲ ୨୬ରେ ନାମାଙ୍କନପତ୍ର ଯାଞ୍ଚ ଓ ଏପ୍ରିଲ ୨୯ରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ଜୁନ୍‌ ୪ରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।
ପ୍ରକାଶିତ ବିଜ୍ଞପ୍ତି ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଯେ ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ
ଗ୍ରହଣ ହେବ। ୪ଟି ସଂସଦୀୟ କ୍ଷେତ୍ରରେ ମୋଟ ୬୨ ଲକ୍ଷ ୮୪ ହଜାର ୬୪୯ ଜଣ ଭୋଟର ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୩୧ ଲକ୍ଷ ୮୭ ହଜାର ୭୭୧ ଜଣ ମହିଳା ମତଦାତା ଥିବାବେଳେ ୩୦ ଲକ୍ଷ ୯୬ ହଜାର ୨୪୩ ଜଣ ପୁରୁଷ ମତଦାତା ରହିଛନ୍ତି। ସେହିପରି ୧୮ରୁ ୧୯ ବର୍ଷର ଭୋଟରଙ୍କ ସଂଖ୍ୟା ୨.୭ ପ୍ରତିଶତ ଥିବାବେଳେ ୨୦ରୁ ୨୯ ବର୍ଷ ବୟସ୍କ ଭୋଟରଙ୍କ ସଂଖ୍ୟା ୨୩ରୁ ୩୪ ପ୍ରତିଶତ ରହିଛି। କଳାହାଣ୍ଡି ଲୋକ ସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ। ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏ ଭୋଟ ଗ୍ରହଣ ହେବ। ନବରଙ୍ଗପୁର ଲୋକ ସଭା କ୍ଷେତ୍ରର ଉମରକୋଟ, ଝରିଗାଁ, ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଏବଂ କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏ ମତଦାନ ହେବ। ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଓ ମୋହନାରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା, ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଏବଂ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ବୋଲି ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଏଥିସହିତ ସେ ନିର୍ବାଚନର ସାମଗ୍ରିକ ପ୍ରସ୍ତୁତି, ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?