ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଏପ୍ରିଲ ୨୫ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ଏପ୍ରିଲ ୨୬ରେ ନାମାଙ୍କନପତ୍ର ଯାଞ୍ଚ ଓ ଏପ୍ରିଲ ୨୯ରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ଜୁନ୍‌ ୪ରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।
ପ୍ରକାଶିତ ବିଜ୍ଞପ୍ତି ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଯେ ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ
ଗ୍ରହଣ ହେବ। ୪ଟି ସଂସଦୀୟ କ୍ଷେତ୍ରରେ ମୋଟ ୬୨ ଲକ୍ଷ ୮୪ ହଜାର ୬୪୯ ଜଣ ଭୋଟର ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୩୧ ଲକ୍ଷ ୮୭ ହଜାର ୭୭୧ ଜଣ ମହିଳା ମତଦାତା ଥିବାବେଳେ ୩୦ ଲକ୍ଷ ୯୬ ହଜାର ୨୪୩ ଜଣ ପୁରୁଷ ମତଦାତା ରହିଛନ୍ତି। ସେହିପରି ୧୮ରୁ ୧୯ ବର୍ଷର ଭୋଟରଙ୍କ ସଂଖ୍ୟା ୨.୭ ପ୍ରତିଶତ ଥିବାବେଳେ ୨୦ରୁ ୨୯ ବର୍ଷ ବୟସ୍କ ଭୋଟରଙ୍କ ସଂଖ୍ୟା ୨୩ରୁ ୩୪ ପ୍ରତିଶତ ରହିଛି। କଳାହାଣ୍ଡି ଲୋକ ସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ। ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏ ଭୋଟ ଗ୍ରହଣ ହେବ। ନବରଙ୍ଗପୁର ଲୋକ ସଭା କ୍ଷେତ୍ରର ଉମରକୋଟ, ଝରିଗାଁ, ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଏବଂ କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏ ମତଦାନ ହେବ। ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଓ ମୋହନାରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା, ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଏବଂ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ବୋଲି ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଏଥିସହିତ ସେ ନିର୍ବାଚନର ସାମଗ୍ରିକ ପ୍ରସ୍ତୁତି, ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri