ସ୍ପେଶାଲ ସ୍କ୍ବାଡ୍‌ ହାତରେ କୁଖ୍ୟାତ ଚୋର

ଭୁବନେଶ୍ୱର,୫। ୧୦(ବ୍ୟୁରୋ): ଚୋରି କରିବା ଥିଲା ନିଶା, ଆଉ ପେସା। ବାରମ୍ବାର ଚୋରି କରି ଗିରଫ ହେଉଥିଲେ, ଜେଲ ବି ଯାଉଥିଲେ। ହେଲେ ଜେଲରୁ ବାହାରିବା ପରେ ପୁଣି ସେହି ଧନ୍ଦା ଜାରି ରଖୁଥିଲେ। ଦୀର୍ଘ ୩୫ ବର୍ଷ ଧରି ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚୋରି କରୁଥିବା କୁଖ୍ୟାତ ଚୋରଙ୍କୁ କମିଶନରେଟ ପୋଲିସ ସୋମବାର କାବୁ କରିଛି। କଟକରେ ଚୋରି ଉଦ୍ୟମବେଳେ ସ୍ପେଶାଲ ସ୍କ୍ବାଡ୍‌ ତାଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱର ହାଟସାହିର ହେମନ୍ତ ଦାଶ(୫୯)। ପଚରାଉଚରାବେଳେ ତାଙ୍କଠାରୁ ବହୁ ଚାଞ୍ଚଲ୍ୟକର ତଥ୍ୟ ପାଇଛି ପୋଲିସ। ଦେଶର ୫ଶହ ସ୍ଥାନରୁ ୫କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଜିନିଷପତ୍ର ଚୋରି କରିଥିବା ଜଣାପଡିଛି। ସେ ରାଜ୍ୟରୁ ରାଜ୍ୟ ବୁଲି ବୁଲି ଚୋରି କରୁଥିବାବେଳେ ମୁମ୍ବାଇ ଓ ଚେନ୍ନାଇ ପୋଲିସ ଦ୍ୱାରା ମଧ୍ୟ ପୂର୍ବରୁ ଗିରଫ ହୋଇଛନ୍ତି। ତାଙ୍କ ନାମରେ ଭୁବନେଶ୍ୱର ୟୁପିଡିର ବିଭିନ୍ନ ଥାନାଞ୍ଚଳରେ ୮୨ରୁ ଅଧିକ ମାମଲା ରହିଛି। ଅନ୍ୟପକ୍ଷରେ କଟକ, ପୁରୀ, ବ୍ରହ୍ମପୁର ଆଦି ସହରରେ ଏକାଧିକ ଚୋରି ମାମଲାରେ ସମ୍ପୃକ୍ତ ଥିବା ଡିସିପି ଉମାଶଙ୍କର ଦାଶ କହିଛନ୍ତି। ମଙ୍ଗଳବାର ହେମନ୍ତଙ୍କୁ କୋର୍ଟ ଚାଲାଣ କରାଯିବ। ପରେ ଅଧିକ ତଥ୍ୟ ହାସଲ ପାଇଁ ତାଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ ବୋଲି କମିଶନରେଟ ପୋଲିସ ସୂଚନା ଦେଇଛି।
ସୂଚନା ଅନୁଯାୟୀ, ଅଭିଯୁକ୍ତ ହେମନ୍ତ ୧୯୮୬ ରେ ବିଜେବି କଲେଜରେ ପଢୁଥିବାବେଳେ ଏକ ଗଣ୍ଡଗୋଳ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ। ସେଠାରେ ସେ ଜଣେ ଚୋରି ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ତାଙ୍କଠାରୁ ପ୍ରୋତ୍ସାହନ ପାଇ ଚୋରି କରିବାକୁ ମନ ବଳାଇଥିଲେ। ସେ ଜେଲରୁ ବାହାରିବା ପରେ ଚୋରି କରିବା ଆରମ୍ଭ କରିଥିଲେ। ସେତେବେଳେ ତାଙ୍କୁ ବୟସ ହୋଇଥିଲା ୨୪। ପ୍ରଥମେ ବିଳମ୍ବିତ ରାତିରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବନ୍ଦ ଥିବା ଘର କବାଟକୁ ଶାବଳରେ ତାଡ଼ି ଟଙ୍କା, ଅଳଙ୍କାର ଓ ବିଭିନ୍ନ ସାମଗ୍ରୀ ଚୋରି କରୁଥିଲେ। ପରବର୍ତ୍ତୀ ସମୟରେ ଦେଶର ବିଭିନ୍ନ ସହରକୁ ଫ୍ଲାଇଟ ଯୋଗେ ଯାଇ ବଡ଼ ବଡ଼ ହୋଟେଲରେ ରହୁଥିଲେ। ହୋଟେଲର ପାଖ ରୁମ୍‌ ଓ ଆଖପାଖ ଅଞ୍ଚଳରୁ ମଧ୍ୟ ଚୋରି କରୁଥିଲେ। ୨୦୧୮ରେ ସେ କମିଶନରେଟ ପୋଲିସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ତେବେ କିଛିଦିନ ତଳେ ବଡଗଡ, କ୍ୟାପିଟାଲ ଓ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ସେ ପୁଣି ଚୋରି କରିଥିଲେ। ପୋଲିସ ତାଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ଏଥିସହ ତାଙ୍କୁ ଗିରଫ କରିବା ପାଇଁ ସ୍ପେଶାଲ ସ୍କ୍ବାଡ୍‌ ଯୋଜନା ପ୍ରସ୍ତୁତ କରି ପୂରା ନଜର ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri