ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗୁ ହେଲା ଏନ୍‌ଏସଏ

ଭୁବନେଶ୍ୱର,୧୮।୧୨-ଗ୍ୟାଙ୍ଗଷ୍ଟର ସନ୍ଦିପ ଓରଫ୍‌ ରାଜା ଆଚାର୍ଯ୍ୟଙ୍କ ନାଁରେ ଜାତୀୟ ନିରାପତ୍ତା ଆଇନ୍‌ (ଏନ୍‌ଏସ୍‌ଏ) ଲାଗୁ ହୋଇଛି। ଦାଦାବଟି ଆଦାୟ ଓ ସର୍ବସାଧାରଣରେ ଆତଙ୍କ ସୃଷ୍ଟି ପାଇଁ କମିଶନରେଟ ପୋଲିସ ଏହି ପଦକ୍ଷେପ ନେଇଛି। ଏନ୍‌ଏସ୍‌ଏ ଲାଗୁ କରିବାକୁ କମିଶନରେଟ ପୋଲିସ ପକ୍ଷରୁ କୋର୍ଟରେ ଆବେଦନ ହୋଇଥିଲା। ରାଜାଙ୍କର ସମସ୍ତ କେସ୍‌ ରେକର୍ଡ ଯାଞ୍ଚ କରିବା ପରେ କୋର୍ଟ ଉକ୍ତ ଆବେଦନକୁ କୋର୍ଟ ମଞ୍ଜୁର କରିଥିଲେ।
ଦାଦାବଟି ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କମିଶନରେଟ୍‌ ପୋଲିସ ଅଣ୍ଟା ଭିଡିଛି। ଗତ ଅକ୍ଟୋବରରୁ ‘ଦାଦାବଟିକୁ ନା’ ମିଶନ ଆରମ୍ଭ କରିଛି। ରାଜଧାନୀର କେନ୍ଦ୍ରସ୍ଥଳ ୟୁନିଟ୍‌-୧ ଅଞ୍ଚଳରେ ଦାଦାବଟି ମାଗିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ରାଜାଙ୍କୁ ଗିରଫ କରିଥିଲା। ଜୁଡୋ କୋଚ୍‌ ବିରଞ୍ଚତ୍ ଦାସ ହତ୍ୟା ମାମଲାରେ ୧୦ବର୍ଷ ସଜା କାଟି ଫେରିବାର କିଛି ମାସପରେ ତାଙ୍କୁ ପୁଣି ଜେଲ୍‌ ଯିବାକୁ ପଡ଼ିଥିଲା। ରାଜାଙ୍କ ସହିତ ଦୁଇ ସହଯୋଗୀ ଶିରିପୁରର ନୃସିଂହ ବେହେରା ଓ ବିଜେବି ନଗରର ବିନୟ ଦାସ ମଧ୍ୟ ଗିରଫ ହୋଇଥିଲେ। ରାଜାର ନିର୍ଦ୍ଦେଶକ୍ରମେ ଏମାନେ ୟୁନିଟ୍‌-୧ ଓ ୟୁନିଟ୍‌-୨ ମାର୍କେଟ ଅଞ୍ଚଳରେ ବ୍ୟବସାୟୀଙ୍କଠାରୁ ଦାଦାବଟି ନେଉଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri