ତାଳଚେରରେ ଖୁବ୍‌ଶୀଘ୍ର ଏନ୍‌ଟିପିସିର ନୂଆ ୟୁନିଟ୍‌

ଭୁବନେଶ୍ୱର, ୬।୪(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)କୁ ଚାଲୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏକ ପତ୍ର ଲେଖିଥିଲେ। ସେହି ଅନୁଯାୟୀ ସୋମବାର ରାଜ୍ୟ ସରକାର ଏବଂ ନ୍ୟାଶନାଲ ଧର୍ମାଲ୍‌ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟତଃ ତାଳଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ୍‌ କେନ୍ଦ୍ର ଚଳାଇବା ଏବଂ ନୂଆ ୟୁନିଟ୍‌ ପ୍ରତିଷ୍ଠା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ନୂତନ ୟୁନିଟ୍‌ ପ୍ରତିଷ୍ଠା ନିମନ୍ତେ ମୁଖ୍ୟଯନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କର୍ତ୍ତୃପକ୍ଷ କମିଟି ଅନୁମୋଦନ ଦେଇଛନ୍ତି। ପ୍ରାରମ୍ଭିକ ଆକଳନ ଅନୁଯାୟୀ ଏଥିରେ ପ୍ରାୟ ୭,୭୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ହେବ। ଏହି ୟୁନିଟ୍‌ ପ୍ରତିଷ୍ଠା ପାଇଁ ଏନ୍‌ଟିପିସିକୁ ଜମି, ଜଳ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ସୁବିଧା ଯୋଗାଇ ଦିଆଯାଇଛି। ଏହାର ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ ବୋଲି ଏନ୍‌ଟିପିସି ଅଧ୍ୟକ୍ଷ କହିଛନ୍ତି।
ତାଳଚେରରେ ରାଜ୍ୟର ବିଦ୍ୟୁତ୍‌ ଚାହିଦା ଅନୁଯାୟୀ ଗୋଟିଏ କିମ୍ବା ୨ଟି ଅଲ୍‌ଟ୍ରା-ମେଗା ପାଓ୍ବାର ୟୁନିଟ୍‌ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ହୋଇଛି। ଏହି ନୂଆ ୟୁନିଟ୍‌ର ପ୍ରତିଷ୍ଠା, ଉତ୍ପାଦିତ ବିଦ୍ୟୁତ୍‌ର ବିପଣୀ ଓ କାରବାର ସମ୍ବନ୍ଧରେ ଗ୍ରୀଡ୍‌କୋ ଏବଂ ଏନ୍‌ଟିପିସି ମିଳିତ ଭାବେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବେ। ଏ ବିଷୟରେ ଖୁବ୍‌ଶୀଘ୍ର ରାଜ୍ୟ ସରକାରଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଏନ୍‌ଟିପିସି ଅଧ୍ୟକ୍ଷ ଗୁରୁଦୀପ ସିଂ କହିଛନ୍ତି। ତାଳଚେରରେ ନୂଆ ୟୁନିଟ୍‌ କାର୍ଯ୍ୟକ୍ଷମ ହେବା ପର୍ଯ୍ୟନ୍ତ ପୁରୁଣା ୟୁନିଟ୍‌କୁ ଚଳାଇ ରଖିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ସମ୍ବନ୍ଧିତ କିଛି ପଦକ୍ଷେପ ସହ ଏହି ପ୍ଲାଣ୍ଟ ଚଳାଯାଇପାରିବ ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସମ୍ପାଦକ କେ.ମୁରୁଗେସନ କହିଛନ୍ତି। ପ୍ଲାଣ୍ଟର ନିରାପତ୍ତା ଅଡିଟ୍‌ କରି ଏହି ପ୍ଲାଣ୍ଟକୁ ପୁନଃ ଚଳାଇବା ଲାଗି ସମସ୍ତ ସମ୍ଭାବନାର ଅନୁଧ୍ୟାନ କରିବା ପାଇଁ ଏନ୍‌ଟିପିସି ଅଧ୍ୟକ୍ଷ ବୈଠକରେ ଉପସ୍ଥିତ ଯନ୍ତ୍ରୀ ଓ ବିଶେଷଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୁରୁଣା ୟୁନିଟ୍‌ ଚଳାଇବା ଲାଗି ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।
କାର୍ଯ୍ୟାନ୍ବୟନ କ୍ଷେତ୍ରରେ ସୃଷ୍ଟି ହେଉଥିବା ସମସ୍ୟାଗୁଡ଼ିକୁ ରାଜ୍ୟ ସରକାରଙ୍କ ସହ ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି ମଧ୍ୟ ସେ କହିଥିଲେ। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଶକ୍ତି ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳ ଯୋଗଦେଇ ତାଳଚେର ତାପଜ କେନ୍ଦ୍ର ସମ୍ବନ୍ଧିତ ବୈଷୟିକ, ପ୍ରଶାସନିକ ଏବଂ ବ୍ୟବସାୟିକ ଦିଗ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri