ତାଳଚେରରେ ଖୁବ୍‌ଶୀଘ୍ର ଏନ୍‌ଟିପିସିର ନୂଆ ୟୁନିଟ୍‌

ଭୁବନେଶ୍ୱର, ୬।୪(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)କୁ ଚାଲୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏକ ପତ୍ର ଲେଖିଥିଲେ। ସେହି ଅନୁଯାୟୀ ସୋମବାର ରାଜ୍ୟ ସରକାର ଏବଂ ନ୍ୟାଶନାଲ ଧର୍ମାଲ୍‌ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟତଃ ତାଳଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ୍‌ କେନ୍ଦ୍ର ଚଳାଇବା ଏବଂ ନୂଆ ୟୁନିଟ୍‌ ପ୍ରତିଷ୍ଠା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ନୂତନ ୟୁନିଟ୍‌ ପ୍ରତିଷ୍ଠା ନିମନ୍ତେ ମୁଖ୍ୟଯନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କର୍ତ୍ତୃପକ୍ଷ କମିଟି ଅନୁମୋଦନ ଦେଇଛନ୍ତି। ପ୍ରାରମ୍ଭିକ ଆକଳନ ଅନୁଯାୟୀ ଏଥିରେ ପ୍ରାୟ ୭,୭୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ହେବ। ଏହି ୟୁନିଟ୍‌ ପ୍ରତିଷ୍ଠା ପାଇଁ ଏନ୍‌ଟିପିସିକୁ ଜମି, ଜଳ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ସୁବିଧା ଯୋଗାଇ ଦିଆଯାଇଛି। ଏହାର ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ ବୋଲି ଏନ୍‌ଟିପିସି ଅଧ୍ୟକ୍ଷ କହିଛନ୍ତି।
ତାଳଚେରରେ ରାଜ୍ୟର ବିଦ୍ୟୁତ୍‌ ଚାହିଦା ଅନୁଯାୟୀ ଗୋଟିଏ କିମ୍ବା ୨ଟି ଅଲ୍‌ଟ୍ରା-ମେଗା ପାଓ୍ବାର ୟୁନିଟ୍‌ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ହୋଇଛି। ଏହି ନୂଆ ୟୁନିଟ୍‌ର ପ୍ରତିଷ୍ଠା, ଉତ୍ପାଦିତ ବିଦ୍ୟୁତ୍‌ର ବିପଣୀ ଓ କାରବାର ସମ୍ବନ୍ଧରେ ଗ୍ରୀଡ୍‌କୋ ଏବଂ ଏନ୍‌ଟିପିସି ମିଳିତ ଭାବେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବେ। ଏ ବିଷୟରେ ଖୁବ୍‌ଶୀଘ୍ର ରାଜ୍ୟ ସରକାରଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଏନ୍‌ଟିପିସି ଅଧ୍ୟକ୍ଷ ଗୁରୁଦୀପ ସିଂ କହିଛନ୍ତି। ତାଳଚେରରେ ନୂଆ ୟୁନିଟ୍‌ କାର୍ଯ୍ୟକ୍ଷମ ହେବା ପର୍ଯ୍ୟନ୍ତ ପୁରୁଣା ୟୁନିଟ୍‌କୁ ଚଳାଇ ରଖିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ସମ୍ବନ୍ଧିତ କିଛି ପଦକ୍ଷେପ ସହ ଏହି ପ୍ଲାଣ୍ଟ ଚଳାଯାଇପାରିବ ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସମ୍ପାଦକ କେ.ମୁରୁଗେସନ କହିଛନ୍ତି। ପ୍ଲାଣ୍ଟର ନିରାପତ୍ତା ଅଡିଟ୍‌ କରି ଏହି ପ୍ଲାଣ୍ଟକୁ ପୁନଃ ଚଳାଇବା ଲାଗି ସମସ୍ତ ସମ୍ଭାବନାର ଅନୁଧ୍ୟାନ କରିବା ପାଇଁ ଏନ୍‌ଟିପିସି ଅଧ୍ୟକ୍ଷ ବୈଠକରେ ଉପସ୍ଥିତ ଯନ୍ତ୍ରୀ ଓ ବିଶେଷଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୁରୁଣା ୟୁନିଟ୍‌ ଚଳାଇବା ଲାଗି ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।
କାର୍ଯ୍ୟାନ୍ବୟନ କ୍ଷେତ୍ରରେ ସୃଷ୍ଟି ହେଉଥିବା ସମସ୍ୟାଗୁଡ଼ିକୁ ରାଜ୍ୟ ସରକାରଙ୍କ ସହ ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି ମଧ୍ୟ ସେ କହିଥିଲେ। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଶକ୍ତି ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳ ଯୋଗଦେଇ ତାଳଚେର ତାପଜ କେନ୍ଦ୍ର ସମ୍ବନ୍ଧିତ ବୈଷୟିକ, ପ୍ରଶାସନିକ ଏବଂ ବ୍ୟବସାୟିକ ଦିଗ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri