ବସ୍ତିରୁ ବଢୁଛି ସଂଖ୍ୟା, ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜଧାନୀରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୫ଦିନ ଲଗାତର ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ଉପରେ ଥିବାବେଳେ ଦୁଇଥର ୨୦୦ ଅତିକ୍ରମ କରିଛି। କେବଳ ଜୁଲାଇରେ ଏଯାବତ୍‌ ୨୦୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୫୬ ସୁସ୍ଥ ହୋଇଛନ୍ତି। ଏଥିସହ ୯ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ୧୨୦୯ ସକ୍ରିୟ ସଂକ୍ରମିତ ରହିଛନ୍ତି। ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୩୬୫ରେ ପହଞ୍ଚତ୍ଲାଣି। ଯାହାକି ଏବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ତ୍ତୃପକ୍ଷଙ୍କ ନିଦ ହଜାଇ ଦେଇଛି। ସଙ୍ଗରୋଧରୁ ପଜିଟିଭ୍‌ଙ୍କ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ସେହି ଅନୁପାତରେ ବୃଦ୍ଧି ପାଉଛି। ଏହାକୁ ଲକ୍ଷ୍ୟ କରି ବିଏମ୍‌ସି ଜୁଲାଇ ୩୧ତାରିଖ ପରେ କିଛି ନୂଆ ରଣନୀତି ଆପଣାଇବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ମୂତାବକ, ଜୁଲାଇ ୩୧ପର୍ଯ୍ୟନ୍ତ ବିଏମ୍‌ସି ତାର ବିଭିନ୍ନ ଓ୍ବାର୍ଡରେ ପରୀକ୍ଷା ସଂଖ୍ୟା ଦୈନିକ ୧୪ଶହ କରିବ ବୋଲି ସ୍ଥିର କରିଛି। ଜୁଲାଇ ୩୧ପରେ ଅନ୍‌ଲକ୍‌-୩ରେ ସହରର ଅର୍ଥନୈତିକ ଗାଡ଼ି ଗଡ଼ାଇବା ସହ କିପରି ଅଧିକ ସଂଖ୍ୟକ ଶଯ୍ୟା ଓ କୋଭିଡ୍‌ କେୟାର ହୋମ୍‌ର ବ୍ୟବସ୍ଥା କରିହେବ ସେଥିପ୍ରତି ଗୁରୁତ୍ୱ ଦେବ। ବିଏମ୍‌ସି ଦ୍ୱାରା ଏଯାବତ୍‌ ଯେଉଁ ରଣକୌଶଳ ଆପଣା ଯାଇଛି, ତାହା କାମ କରୁଛି। କେବଳ ଜନସାଧାରଣଙ୍କର ସହଯୋଗ ଆବଶ୍ୟକ ବୋଲି ବିଏମ୍‌ସିର ଜଣେ ଅଧିକାରୀ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ କ୍ରମଶଃ ସଙ୍ଗିନ ହେବାରେ ଲାଗିଛି। ସୋମବାର ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମଙ୍ଗଳବାର ଆକ୍ରାନ୍ତଙ୍କ ସଂଖ୍ୟା ୨୧୫ରେ ପହଞ୍ଚତ୍ଛି। ଏଥିରୁ ୧୫୦ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୬୫ଜଣ ସ୍ଥାନୀୟ ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି। ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ ସର୍ବାଧିକ ୧୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୮ ଜଣ ମହିଳାଥିବାବେଳେ ୧୧ ପୁରୁଷ ଚିହ୍ନଟ ହୋଇଛନ୍ତି। ସେମାନଙ୍କର ବୟସ ୨୪ରୁ ୭୦ ବର୍ଷ ମଧ୍ୟରେ ରହିଛି। ସେହିପରି ଏକ ଘରୋଇ ହସ୍ପିଟାଲରୁ ଜଣେ ୩୧ ବର୍ଷୀୟ ମହିଳା କର୍ମଚାରୀଙ୍କ ସମେତ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ସାଲିଆ ସାହିରୁ ମଧ୍ୟ ଆଜି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଇଗିଣିଆରୁ ୧୦ ଜଣ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସମ୍ପୃକ୍ତ ଆକ୍ରାନ୍ତମାନେ ପୂର୍ବରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ମଙ୍ଗଳବାର ବିଏମ୍‌ସି ଦ୍ୱାରା ଦର୍ଶାଯାଇଥିବା ଭୁବନେଶ୍ୱରର କରୋନା ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri