Posted inରାଜ୍ୟ

ବଢ଼ିବ ଯୁକ୍ତ୩ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷରେ ରାଜ୍ୟରେ ଯୁକ୍ତ୩ରେ ସିଟ୍‌ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି। ଚଳିତବର୍ଷ ଯୁକ୍ତ୨ ପାସ୍‌ ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ କଲେଜଗୁଡିକରେ ଯେତିକି ସିଟ୍‌ ରହିଛି ତାହା ନିଅଣ୍ଟ ପଡିବ। ତେଣୁ ଯୁକ୍ତ୩ରେ ସିଟ୍‌ ସଂଖ୍ୟାକୁ ବୃଦ୍ଧି କରା ନ ଗଲେ ଏଥର ପିଲାମାନେ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେ। ତେବେ ବର୍ତ୍ତମାନ ସୁଦ୍ଧା ଯୁକ୍ତ୨ ପରିଷଦ ପକ୍ଷରୁ କେବଳ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିବାବେଳେ ସିବିଏସ୍‌ଇ ଏବଂ ଆଇସିଏସ୍‌ଇର ରେଜଲ୍ଟ ପ୍ରକାଶ ପାଇ ସାରିଛି। ଆଗକୁ କଳା ଏବଂ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇବ। ଚଳିତ ଶିକ୍ଷା ବର୍ଷରେ ଯୁକ୍ତ୩ରେ ନାମଲେଖା ପାଇଁ ଆବେଦନକାରୀଙ୍କ ସଂଖ୍ୟା ସର୍ବାଧିକ ୨ଲକ୍ଷ ୭୫ହଜାରରୁ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। କିନ୍ତୁ ରାଜ୍ୟରେ ଯୁକ୍ତ୩ରେ ମୋଟ୍‌ ସିଟ୍‌ ସଂଖ୍ୟା ୨ଲକ୍ଷ ୪୯ହଜାର ୪୫୩ ରହିଛି। ତେଣୁ ବିଜ୍ଞାନରେ ପ୍ରାୟ ୧୫% ଏବଂ କଳାରେ ୨୦% ସିଟ୍‌ ବୃଦ୍ଧି କରିବାକୁ ଯୋଜନା ରହିଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri