ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ। ଏମାନେ ବିଭିନ୍ନ ହଟସ୍ପଟ୍‌ ରାଜ୍ୟରୁ ଫେରିଥିବାରୁ ଗଞ୍ଜାମରେ କରୋନା ସଂକ୍ରମଣ ବ୍ୟାପିଲା। ଫଳରେ ଏବେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଛି । ଉକ୍ତ ଗ୍ରାଫ୍‌ ମାଧ୍ୟମରେ ଜିଲାପାଳ ବୁଝାଇଛନ୍ତି ଯେ, ଅଗଷ୍ଟ ୨ ତାରିଖରୁ ୧୫ ତାରିଖ ମଧ୍ୟରେ ଜିଲାରେ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା କମିବାରେ ଲାଗିଛି। ୨ ତାରିଖରେ ଜିଲାରେ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା ୩ ହଜାର ୪୨୨ ଥିବାବେଳେ ୧୫ ତାରିଖରେ ଏହି ସଂଖ୍ୟା ତଳକୁ ଖସି ୨ ହଜାର ୨୭୨ରେ ପହଞ୍ଚିଛି। ଜୁନ୍‌ ୩୦ରୁ ଜୁଲାଇ ୨୭ ପର୍ଯ୍ୟନ୍ତ ଦିନକୁ ଦିନ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିଲା। ପରେ ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ପୁଣି କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା ତଳକୁ ଖସିଥିଲା। ଅଗଷ୍ଟ ୨ରୁ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା କମିବାରେ ଲାଗିଛି । ପଜିଟିଭ୍‌ଙ୍କ ତୁଳନାରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଜିଲାରେ ୧୨ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ସୁସ୍ଥ ହୋଇ ଘାକୁ ଫେରିଥିବା ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?