Posted inରାଜ୍ୟ

ଓଡ଼ିଶାରେ କମୁଛି ଏଡ୍‌‌ସ ରୋଗୀଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ଦେଶକୁ ଏଡ୍‌‌ସ ମୁକ୍ତ କରିବା ଲକ୍ଷ୍ୟ

ପାରାଦୀପ,୨।୧୨: ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍‌‌ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍‌‌ସ ରୋଗୀଙ୍କ ସଂଖ୍ୟା କମିଛି। ପୂର୍ବାପେକ୍ଷା ପ୍ରତିବର୍ଷ ରାଜ୍ୟରେ କମ୍‌‌ସଂଖ୍ୟକ ଏଡ୍‌‌ସ ରୋଗୀ ଚିହ୍ନଟ ହେଉଛନ୍ତି। ସମ୍ପ୍ରତି ବର୍ଷକୁ ପ୍ରାୟ ୩ ହଜାର ନୂଆ ଏଡ୍‌‌ସ ରୋଗୀ ଚିହ୍ନଟ ହେଉଛନ୍ତି।

ଏଥିମଧ୍ୟରୁ ଗଞ୍ଜାମ ଓ କଟକରେ ରୋଗୀ ସଂଖ୍ୟା ଅଧିକ ରହୁଛନ୍ତି। ଓଡ଼ିଶାରେ ୫୦ ହଜାରରୁ କମ୍‌‌ ଏଡ୍‌‌ସ ରୋଗୀ ଥିବାରୁ ଜାତୀୟ ହାରରେ ଏହା ‘ଗ’ ତାଲିକାରେ ରହିଥିବା ଓଡ଼ିଶା ରାଜ୍ୟ ଏଡ୍‌‌ସ ନିୟନ୍ତ୍ରଣ ସମିତିର ପ୍ରକଳ୍ପ ନିର୍ଦ୍ଦେଶକ ଡାକ୍ତର ଉର୍ମିଳା ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ପଞ୍ଜୀକୃତ ହୋଇଥିବା ୮ ହଜାର ୬୭୩ ଜଣ ଏଡ୍‌‌ସ ରୋଗୀଙ୍କ ପତ୍ତା ମିଳୁ ନ ଥିବା ଏନ୍‌‌.ଏ.ସି.ପି. ତଥ୍ୟରୁ ଜଣାପଡ଼ିଛି।

ତେବେ ନିଜ ପରିଚୟ ଲୁଚାଇବା ପାଇଁ ପଞ୍ଜୀକୃତ ରୋଗୀମାନେ ନିଜର ଫୋନ୍‌‌ ନମ୍ବର ଓ ଠିକଣା ଭୁଲ୍‌‌ ଦେଇଛନ୍ତି ଏବଂ ଏମାନଙ୍କ ମଧ୍ୟରୁ ଆଉ କିଛି ବାହାର ରାଜ୍ୟକୁ ପଳାଇଥିବାରୁ ସେମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ମିଳୁନାହିଁ ବୋଲି ଏନ୍‌‌.ଏ.ସି.ପି. ତଥ୍ୟରେ ଦର୍ଶାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri