Posted inରାଜ୍ୟ

ଓଡ଼ିଶାରେ କମୁଛି ଏଡ୍‌‌ସ ରୋଗୀଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ଦେଶକୁ ଏଡ୍‌‌ସ ମୁକ୍ତ କରିବା ଲକ୍ଷ୍ୟ

ପାରାଦୀପ,୨।୧୨: ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍‌‌ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍‌‌ସ ରୋଗୀଙ୍କ ସଂଖ୍ୟା କମିଛି। ପୂର୍ବାପେକ୍ଷା ପ୍ରତିବର୍ଷ ରାଜ୍ୟରେ କମ୍‌‌ସଂଖ୍ୟକ ଏଡ୍‌‌ସ ରୋଗୀ ଚିହ୍ନଟ ହେଉଛନ୍ତି। ସମ୍ପ୍ରତି ବର୍ଷକୁ ପ୍ରାୟ ୩ ହଜାର ନୂଆ ଏଡ୍‌‌ସ ରୋଗୀ ଚିହ୍ନଟ ହେଉଛନ୍ତି।

ଏଥିମଧ୍ୟରୁ ଗଞ୍ଜାମ ଓ କଟକରେ ରୋଗୀ ସଂଖ୍ୟା ଅଧିକ ରହୁଛନ୍ତି। ଓଡ଼ିଶାରେ ୫୦ ହଜାରରୁ କମ୍‌‌ ଏଡ୍‌‌ସ ରୋଗୀ ଥିବାରୁ ଜାତୀୟ ହାରରେ ଏହା ‘ଗ’ ତାଲିକାରେ ରହିଥିବା ଓଡ଼ିଶା ରାଜ୍ୟ ଏଡ୍‌‌ସ ନିୟନ୍ତ୍ରଣ ସମିତିର ପ୍ରକଳ୍ପ ନିର୍ଦ୍ଦେଶକ ଡାକ୍ତର ଉର୍ମିଳା ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ପଞ୍ଜୀକୃତ ହୋଇଥିବା ୮ ହଜାର ୬୭୩ ଜଣ ଏଡ୍‌‌ସ ରୋଗୀଙ୍କ ପତ୍ତା ମିଳୁ ନ ଥିବା ଏନ୍‌‌.ଏ.ସି.ପି. ତଥ୍ୟରୁ ଜଣାପଡ଼ିଛି।

ତେବେ ନିଜ ପରିଚୟ ଲୁଚାଇବା ପାଇଁ ପଞ୍ଜୀକୃତ ରୋଗୀମାନେ ନିଜର ଫୋନ୍‌‌ ନମ୍ବର ଓ ଠିକଣା ଭୁଲ୍‌‌ ଦେଇଛନ୍ତି ଏବଂ ଏମାନଙ୍କ ମଧ୍ୟରୁ ଆଉ କିଛି ବାହାର ରାଜ୍ୟକୁ ପଳାଇଥିବାରୁ ସେମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ମିଳୁନାହିଁ ବୋଲି ଏନ୍‌‌.ଏ.ସି.ପି. ତଥ୍ୟରେ ଦର୍ଶାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri