ବିଜେଡିରେ ଆଶାୟୀ ସଂଖ୍ୟା ବଢ଼ି ଚାଲିଛି

ଜଗତ୍‌ସିଂହପୁର,୧ା୪(ପ୍ରମୋଦ କୁମାର ନାୟକ): ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଆଶାୟୀ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ନିର୍ବାଚନମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁନନ୍ଦନ ଦାସ ବିଧାୟକ ଅଛନ୍ତି। ସେ ଏଥର ପୁଣିଥରେ ବିଜେଡି ପ୍ରାର୍ଥୀ ହେବା ପାଇଁ ପ୍ରମୁଖ ଦାବିଦାର ଥିବାବେଳେ ଅନ୍ୟ କେତେଜଣ ମୁଣ୍ଡ ଟେକିଛନ୍ତି। ରବିବାର ଜଗତ୍‌ସିଂହପୁର ଜିଲା ଯୁବ ବିଜେଡି ସଭାପତି ସୌମ୍ୟଜିତ ମହାପାତ୍ର (ଚିଙ୍କୁ) ବାଲିକୁଦା ଅଞ୍ଚଳର କେତେଜଣ ସରପଞ୍ଚ, ସମିତି ସଭ୍ୟ ଓ ବହୁ ସମର୍ଥକଙ୍କ ସହ ନବୀନ ନିବାସକୁ ଯାଇ ପ୍ରାର୍ଥୀ ହେବା ପାଇଁ ନିଜର ପକ୍ଷ ରଖିଛନ୍ତି। ଏହି ଅବସରରେ ସେ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଦରଖାସ୍ତ ଓ ବାୟୋଡାଟା ଦେଇଛନ୍ତି। ମହାପାତ୍ର କହିଛନ୍ତି, ସେ ବାଲିକୁଦା ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରୁ ରାଜନୀତି କ୍ୟାରିଅର ଆରମ୍ଭ କରି ଛାତ୍ର ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ମଧ୍ୟ ହୋଇଥିଲେ। ୨୦୧୭ରୁ ୨୦୨୨ ମଧ୍ୟରେ ବାଲିକୁଦା ପଞ୍ଚାୟତର ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ବଡ କଥା ହେଲା, ସେ ଏହି ନିର୍ବାଚନରେ ନିର୍ବାଚନ ମଣ୍ଡଳୀର ସର୍ବାଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଥିଲେ। କିନ୍ତୁ ଦଳ ତାଙ୍କୁ ବ୍ଲକ ଅଧ୍ୟକ୍ଷ କରି ନ ଥିଲା। ୨୦୧୯ ସାଧାରଣ ନିର୍ବାଚନ ପରେ ତାଙ୍କୁ ଜିଲା ଯୁବ ବିଜେଡି ସଭାପତି ପଦ ମିଳିଥିଲା। ସେବେଠାରୁ ସେ ଏ ପର୍ଯ୍ୟନ୍ତ ଏହି ପଦବୀରେ ସକ୍ରିୟଭାବେ କାମ କରୁଛନ୍ତି। ନିର୍ବାଚନ ମଣ୍ଡଳୀ ଲୋକ ଏକ ଯୁବ ନେତୃତ୍ୱ ଚାହୁଁଛନ୍ତି। ଲୋକଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ସେ ଏଥର ଦଳୀୟ ପ୍ରାର୍ଥୀ ହେବା ପାଇଁ ଆଶାୟୀ ବୋଲି ମହାପାତ୍ର କହିଛନ୍ତି।
ଏହି ଆସନରୁ ପ୍ରାର୍ଥୀ ହେବା ପାଇଁ ସାରଦା ଜେନା, ସୀଖା ଉମେଶ ସ୍ବାଇଁ, ସବିତା ସ୍ବାଇଁ, ସଞ୍ଜୀବ ବିଶ୍ୱାଳ ପ୍ରମୁଖ ଆଶାୟୀ ଅଛନ୍ତି। ଏହାବାଦ୍‌ ଜିଲା ତଥା ରାଜ୍ୟର ଜଣାଶୁଣା ନେତା ଚିରଞ୍ଜୀବ ବିଶ୍ୱାଳ ଶନିବାର କଂଗ୍ରେସ ଛାଡି ରବିବାର ବିଜେଡିରେ ମିଶିଛନ୍ତି। ସେ ଜଗତ୍‌ସିଂହପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ହେବା ପାଇଁ ଆଶାୟୀ ଥିବା କୁହାଯାଉଛି। ଯଦି ଦଳ ତାଙ୍କୁ ଏହି ଆସନରୁ ପ୍ରାର୍ଥୀ କରେ ତେବେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଦଳ କେଉଁଠି ଥାପିବ ତାହା ଆଲୋଚନାର ବିଷୟ ହୋଇଛି। ମୁଦୁଲି ମଧ୍ୟ ବାଲିକୁଦା- ଏରସମା ନିର୍ବାଚନମଣ୍ଡଳୀର ହୋଇଥିବାରୁ ସେ ଏଠାରୁ ପ୍ରାର୍ଥୀ ହେବାକୁ ଇଚ୍ଛା ପ୍ରକାଶ କରିବା ବିଚିତ୍ର କଥା ନୁହେଁ। ଏସବୁ ଦେଖିଲେ ଜଣାଯାଏ ବାଲିକୁଦା-ଏରସମା ବିଧାନସଭା ଆସନଟି ଏକପ୍ରକାର ଗୋଳମାଳିଆ ଅବସ୍ଥାରେ ରହିଛି। ଆଗକୁ ଦେଖିବାର ଅଛି ଦଳ କାହା ଉପରେ ଆସ୍ଥା ପ୍ରକଟ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri