ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ଛୁଇଁଲାଣି ୩୭୩୮

ଭୁବନେଶ୍ୱର,୧୦।୩(ରବିନାରାୟଣ ଜେନା): ରାଜ୍ୟରେ ଦିନକୁ ଦିନ ବାଲାଂଦେଶୀ ଅନୁପ୍ରବେଶକାରୀ ବଢୁଛନ୍ତି। ଖାଲି ଯେ ସେମାନଙ୍କ ସଂଖ୍ୟା ବଢୁଛି ତାହା ନୁହେଁ, ସେମାନେ ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ ମାମଲା ଘଟାଉଛନ୍ତି। ଅଦ୍ୟାବଧି ରାଜ୍ୟର ୩୭୩୮ ଜଣ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ ଦର୍ଶାଇଛନ୍ତି।

ସୋମବାର ବିଧାୟକ ମାନସ କୁମାର ଦତ୍ତଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମାଝୀ ଗୃହକୁ ଦେଇଥିବା ତଥ୍ୟ ଅନୁଯାୟୀ, କେନ୍ଦ୍ରାପଡ଼ାରେ ସର୍ବାଧିକ ୧୬୪୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂପୁରରେ ୧୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ମାଲକାନଗିରିରେ ୬୫୫, ଭଦ୍ରକରେ ୧୯୯, ନବରଙ୍ଗପୁରରେ ୧୦୬ ଏବଂ ଭୁବନେଶ୍ୱରରେ ୧୭ ଜଣ ବସବାସ କରୁଛନ୍ତି। ସରକାର ପ୍ରତି ଜିଲ୍ଲାରେ ତହସିଲ, ବ୍ଳକ ଏବଂ ପୁଲିସ୍‌ କର୍ମଚାରୀଙ୍କୁ ନେଇ ଏକ କମିଟି ଗଠନ କରି ଓଡ଼ିଶାରେ ବେଆଇନ ଭାବେ ବସବାସ କରୁଥିବା ବଙ୍ଗଳାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କୁ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ ନିମନ୍ତେ ପଦକ୍ଷେପ ଉଠାଇଛନ୍ତି। ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଏସଂକ୍ରାନ୍ତରେ ନିର୍ଦ୍ଦେଶ ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ଗୃହକୁ ଜଣାଇଛନ୍ତି ଯେ, ଗତ ୧୦ ବର୍ଷ ମଧ୍ୟରେ ୪୧ ଜଣ ବାଲାଂଦେଶୀ ନାଗରିକଙ୍କ ନାମରେ ବିଭିନ୍ନ ଅପରାଧିକ ମାମଲା ରହିଛି। ବାଲେଶ୍ବର ଜିଲ୍ଲାରେ ୫ ଜଣ ବାଲାଂଦେଶୀ ନାଗରିକ ବିଭିନ୍ନ ଅପରାଧିକ ମାମଲାରେ ସମ୍ପୃକ୍ତ ଅଛନ୍ତି । ଉକ୍ତ ମାମଲାଗୁଡିକ ବର୍ତ୍ତମାନ ଅଦାଲତରେ ବିଚାରାଧନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?