ରାଜଧାନୀରେ ବଢ଼ିଲା କୋଭିଡ୍‌ ହସ୍ପିଟାଲ୍‌, ଶଯ୍ୟା ସଂଖ୍ୟା

ଭୁବନେଶ୍ୱର, ୯।୧(ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପୂର୍ବରୁ ସମ୍‌ ଓ ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲକୁ ଏ ନେଇ ଅନୁମତି ମିଳିଥିବା ବେଳେ ଏବେ ହାଇଟେକ୍‌ ଓ କିମ୍ସ ହସ୍ପିଟାଲ ସହ ବିଏମ୍‌ସି ଚୁକ୍ତି କରିଛି। କିମ୍ସ କୋଭିଡ ହସ୍ପିଟାଲରେ ୫୦୦ ଓ ହାଇଟେକ୍‌ କୋଭିଡ ହସ୍ପିଟାଲରେ ୨୩୯ଟି ଶଯ୍ୟାର ବ୍ୟବସ୍ଥା କରାଯାଇଛି। ପୂର୍ବରୁ ସମ୍‌ କୋଭିଡ ହସ୍ପିଟାଲରେ ୮୧୦ ଓ ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ୧୫୦ଟି ଶଯ୍ୟାର ସୁବିଧା ଥିଲା।
ରାଜଧାନୀରେ ଏବେ ମୋଟ କୋଭିଡ ହସ୍ପିଟାଲ ସଂଖ୍ୟା ୪କୁ ବୃଦ୍ଧି ପାଇଥିବା ବେଳେ ଶଯ୍ୟା ସଂଖ୍ୟା ୧,୬୯୯କୁ ବୃଦ୍ଧି ପାଇଛି। ଏହା ସହିତ ବିଏମ୍‌ସିି ପକ୍ଷରୁ ପଟିଆ ଓ ଡୁମଡୁମା ଠାରେ ୧୦୦ ଶଯ୍ୟା ବିଶିଷ୍ଟ ଦୁଇଟି କୋଭିଡ୍‌ କେୟାର ସେଣ୍ଟର ଖୋଲାଯାଇଛି। ଆଗକୁ ଆବଶ୍ୟକ ସ୍ଥଳେ କୋଭିଡ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ ବୋଲି ବିଏମ୍‌ସି କମିଶନର ସଂଜୟ ସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri