ବଢ଼ିଲା ଯାଜପୁର ଜିଲା ହସ୍ପିଟାଲ ଶଯ୍ୟାସଂଖ୍ୟା

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜନସାଧାରଣଙ୍କୁ ସୁଲଭ ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ବୃଦ୍ଧି କରିଛନ୍ତି। ୩୩୦ରୁ ୪୨୦କୁ ଶଯ୍ୟା ସଂଖ୍ୟା ବଢ଼ାଯାଇଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯାଜପୁରରେ ଖୁବ୍‌ଶୀଘ୍ର ୧୦୦ ଏମ୍‌ବିବିଏସ୍‌ ସିଟ୍‌ ବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ, ଯାହାକି ଯଯାତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ଭାବେ ଜଣାଶୁଣା ହେବ। ଏହି ମେଡିକାଲ କଲେଜର ଛାତ୍ରୀଛାତ୍ରଙ୍କ ପାଠପଢ଼ା ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟ ସହାୟକ ହେବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସେହିପରି ରାଜ୍ୟର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ ଯୋଜନା’ରେ ସାମିଲ କରିବା ନିମନ୍ତେ ବିଭାଗ ନିଷ୍ପତ୍ତି ନେଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଆଉ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ସମସ୍ତ ଡିଏଚ୍‌ଏଚ୍‌, ଏସ୍‌ଡିଏଚ୍‌, ସିଏଚ୍‌ସି ଏବଂ ପିଏଚ୍‌ସିକୁ ଆମ ହସ୍ପିଟାଲ ଯୋଜନା ସମ୍ପ୍ରସାରିତ ହେବ। ଆସନ୍ତା ୪ ବର୍ଷରେ ଏହି ଯୋଜନା ସମ୍ପୂର୍ଣ୍ଣ ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri