ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ ୯୮ ପ୍ରଜାତିର ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସିଛନ୍ତି। ସେମାନଙ୍କ ମଧ୍ୟରେ ୪୧ ପ୍ରଜାତିର ୧ ଲକ୍ଷ ୦୩ ହଜାର ୧୧୭ ବିଦେଶୀ ପକ୍ଷୀ ରହିଛନ୍ତି। ଗତବର୍ଷ ମୋଟ ୯୩ ପ୍ରଜାତିର ୯୮,୩୬୩ ପକ୍ଷୀ ଆସିଥିଲେ। ପକ୍ଷୀମାନଙ୍କ ସୁରକ୍ଷା ନେଇ ବନ ବିଭାଗ ପଦକ୍ଷେପ ଗ୍ରହଣ କରିଛି। ଲଖନପୁର ଅଞ୍ଚଳରେ ଗୋଟିଏ ଓ ସମ୍ବଲପୁରରେ ଗୋଟିଏ ଟିମ୍‌ ନିଯୁକ୍ତ କରାଯାଇଛି। ଏପରି କି ବନ ବିଭାଗ କର୍ମଚାରୀମାନେ ନିୟମିତ ନଜର ରଖିଛନ୍ତି ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍‌ଓ କେ. ପ୍ରତାପ କଟପଲ୍ଲି କହିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳ ୬ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିଲା। ସମ୍ବଲପୁର, ଝାରସୁଗୁଡ଼ା, ହୀରାକୁଦ ବନଖଣ୍ଡ ଅଧିକାରୀ ଓ କର୍ମଚାରୀ ଏଥିରେ ସାମିଲ ହୋଇଥିଲେ। ପ୍ରତିବର୍ଷ ଭଳି ଚଳିତବର୍ଷ ବଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀ ନଭେମ୍ବର ମାସରୁ ଆସିବା ଆରମ୍ଭ କରିଥିଲେ। ଡକ ପ୍ରଜାତିର ରେଡ କ୍ରେଷ୍ଟେଟ ପୋଚାଡ, ଟୁଫେଡ ଡକ, ବ୍ରାମିନି ଡକ, ନରଦେନ ପିନଷ୍ଟେଲ, ୟୁରୋଏସିୟାନ, ଏସିୟାନ ୱିଗନ ପ୍ରଭୃତି ପକ୍ଷୀ ଚିହ୍ନଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri