କଟକ,୧୭ା୬ (କାର୍ତ୍ତିକ ସାହୁ) ବାଲେଶ୍ୱର ଜିଲା ବାହାନଗାଠାରେ ଗତ ୨ ତାରିଖରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାକୁ ୨ ସପ୍ତାହ ବିତିଲାଣି। ତଥାପି ମନରୁ ଭୟ ଯାଇନି। ରାଜ୍ୟ ତଥା ରାଜ୍ୟ ବାହାରେ ଚିକିତ୍ସାଧୀନ ଆହତମାନେ ଏବେ ବି ଆଶଙ୍କିତ ଅବସ୍ଥାରେ ଅଛନ୍ତି। ସମ୍ପୂର୍ଣ୍ଣ ସୁସ୍ଥ ହୋଇ ସେମାନେ କେବେ ଘରକୁ ଫେରିବେ ତାହାକୁ ନେଇ ପରିବାର ଲୋକେ ଦିନ ଗଣୁଛନ୍ତି। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟାନୁଷ୍ଠାନ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆହତଙ୍କ ସଂଖ୍ୟା କ୍ରମେ ହ୍ରାସ ପାଇବାରେ ଲାଗିଛି। ଏବେ ବି କେତେଜଣ ଗୁରୁତର ଆଇସିୟୁରେ ରହି ଜୀବନ ସହ ସଂଗ୍ରାମ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଶୁକ୍ରବାରକୁ ମିଶାଇ ଗତ ୪ ଦିନ ମଧ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଖବର ସେମାନଙ୍କ ପରିବାର ପ୍ରତି ଶକ୍ତ ଧକ୍କା ଆଣିଦେଇଛି।
ମେଡିକାଲ ପକ୍ଷରୁ ମିଳିଥିବା ସୂଚନାନୁସାରେ, ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗୁରୁତର ହୋଇଥିବା ଯାତ୍ରୀମାନଙ୍କ ମଧ୍ୟରୁ ୨୦୨ ଜଣଙ୍କୁ ପର୍ଯ୍ୟାୟକ୍ରମେ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିବାରୁ ସେମାନଙ୍କୁ ବିଭିନ୍ନ ଓ୍ବାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏପରି କି ଜେନେରାଲ ସର୍ଜରି, ପ୍ଲାଷ୍ଟିକ ସର୍ଜରି, ନ୍ୟୁରୋ ସର୍ଜରି, ଅର୍ଥୋପେଡିକ୍ସ ଓ ଚକ୍ଷୁ ଆଦି ବିଭାଗର ବିଶେଷଜ୍ଞମାନେ ସେମାନଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଛନ୍ତି। ଶୁକ୍ରବାର ସୁଦ୍ଧା ଗୁରୁତରଙ୍କ ସଂଖ୍ୟା କମି ୪୭ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରେ ସର୍ବାଧିକ ୨୦ ଜଣ ପଶ୍ଚିମବଙ୍ଗର ବୋଲି ଜଣାପଡିଛି। ସେହିପରି ଏସ୍ସିବିରେ ଓଡ଼ିଶାରୁ ୧୦, ବିହାରରୁ ୧୩, ଝାଡଖଣ୍ଡ, ମହାରାଷ୍ଟ୍ର, ନେପାଳ, ତାମିଲନାଡୁରୁ ଜଣେ ଲେଖାଏ ଗୁରୁତର ଚିକିତ୍ସିତ ହେଉଛନ୍ତି। ସରକାରଙ୍କ ପକ୍ଷରୁ ସମସ୍ତଙ୍କର ମାଗଣା ଚିକିତ୍ସା କରାଯାଉଛି। ଏଥିସହ ମେଡିକାଲରୁ ଡିସ୍ଚାର୍ଜ ହେଉଥିବା ଆହତଙ୍କୁ ପ୍ରଶାସନ ପକ୍ଷରୁ ସେମାନଙ୍କ ଘରେ ପହଞ୍ଚାଇବା ବ୍ୟବସ୍ଥା ଚାଲୁରହିଛି। ଏପରି କି, ୨ ମୃତଦେହକୁ ମଧ୍ୟ ସରକାରୀ ଖର୍ଚ୍ଚରେ ସେମାନଙ୍କ ଗ୍ରାମକୁ ପଠାଯାଇଥିବା ଜଣାପଡିଛି।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

