କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା: ସ୍ତ୍ରୀ, ପ୍ରସୂତି ବିଭାଗ ସିଲ୍

‌କେନ୍ଦୁଝର,୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ସର୍ବାଧିକ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାତ୍ର ୧୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଲୋକାଲ କଣ୍ଟାକ୍ଟ ଓ ଦୁଇ ଜଣ କରୋନା ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଏତେ ସଂଖ୍ୟାରେ କରୋନା ପଜିଟିଭ୍‌ ବାହାରିବା ଏବଂ କରୋନା ସଂକ୍ରମଣ ବୃଦ୍ଧି ପାଇବା ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି।
ସେଥିରୁ ୩୪ ଲୋକାଲ କଣ୍ଟାକ୍ଟ ବଡ଼ବିଲ ପୌରାଞ୍ଚଳରେ ବାହାରିଛି। ବଡ଼ବିଲ ଅଞ୍ଚଳ ପୂର୍ବରୁ ଶଟ୍‌ଡାଉନ୍‌ ରହିଛି। ସେହିପରି ଦୁଇ ଜଣ ଲୋକାଲ କଣ୍ଟାକ୍ଟ ଭୁବନେଶ୍ୱରରେ ଚିକିତ୍ସିତ ହେବାକୁ ଯାଇଥିବା ବେଳେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ା
ଏହି କାରଣରୁ ସଦର ବ୍ଲକ କବିତ୍ରା ଗ୍ରାମ ଓ ଝୁମ୍ପୁରାକୁ କଣ୍ଟେନ୍‌ମେଣ୍ଟ୍‌ ଘୋଷଣା କରାଯିବା ସହ ସମସ୍ତ ଯାତାୟାତ ସିଲ୍‌ କରାଯାଇଛି। ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ବାହାରିବା ପରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ସିଲ୍‌ କରାଯାଇ ସାନିଟାଇଜ୍‌ କରାଯାଇଛି। ଉକ୍ତ ଓ୍ବାର୍ଡକୁ ମୁଖ୍ୟ ଡାକ୍ତରଖାନା କୋଠାକୁ ମଧ୍ୟ ସ୍ଥାନାନ୍ତର କରାଯାଇଛି ା
ସୂଚନାଯୋଗ୍ୟ, ଅଦ୍ୟାବଧି ସମୁଦାୟ ୨୪୬ ପଜିଟିଭ୍‌ ମଧ୍ୟରୁ ୧୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୧ଜଣ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ କରୋନା ପଜିଟିଭ୍‌ ବାହାରି ଚିକିତ୍ସାଧୀନ ଥିବା ଜିଲାର ୪୨ ବର୍ଷର ଜଣେ ରୋଗୀଙ୍କର କ୍ୟାନସର ଯୋଗୁ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ନୁହେଁ ବରଂ କ୍ୟାନସର ଯୋଗୁ ମୃତ୍ୟୁ ଘଟିଥିବା ଜିଲାପାଳ ଆଶିଷ ଥାକରେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?