ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ସୂଚନାରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୫୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୨ ଜଣ ସୁସ୍ଥ ହୋଇଛନ୍ତି। ୧୪୮ ଜଣ ଚିକିତ୍ସାଧୀନ। ୨ ଜଣଙ୍କ ମୃତ୍ୟୁ ଘଟିଛି।