ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା , ୫ ମୃତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୧୦୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ସର୍ବାଧିକ ୩୮ ଜଣ ଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୩ , ଭଦ୍ରକରୁ ୭, ବଲାଙ୍ଗୀରରୁ ୨୨, କଟକରୁ ୨୪ , ଦେବଗଡ଼ରୁ ୧, ଢେଙ୍କାନାଳରୁ ୫ ଓ ଗଞ୍ଜାମରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୮, ଯାଜପୁରର ୮ , ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୩୭, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩୪ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩ , ନୟାଗଡ଼ରୁ ୪, ନୂଆପଡ଼ାରୁ ୨୧, ପୁରୀରୁ ୧୯, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୪ ଓ ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୩୨ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ମଙ୍ଗଳବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଓ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri