ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା , ୫ ମୃତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୧୦୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ସର୍ବାଧିକ ୩୮ ଜଣ ଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୩ , ଭଦ୍ରକରୁ ୭, ବଲାଙ୍ଗୀରରୁ ୨୨, କଟକରୁ ୨୪ , ଦେବଗଡ଼ରୁ ୧, ଢେଙ୍କାନାଳରୁ ୫ ଓ ଗଞ୍ଜାମରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୮, ଯାଜପୁରର ୮ , ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୩୭, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩୪ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩ , ନୟାଗଡ଼ରୁ ୪, ନୂଆପଡ଼ାରୁ ୨୧, ପୁରୀରୁ ୧୯, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୪ ଓ ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୩୨ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ମଙ୍ଗଳବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଓ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri