ସାତକୋଶିଆରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛନ୍ତି ପକ୍ଷୀ

ଅନୁଗୋଳ,୧୩ା୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଟିକରପଡ଼ା ମହାନଦୀ ଗଣ୍ଡରେ ଚଳିତବର୍ଷ କୁମ୍ଭୀର ଓ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ରୁ ୯ ଯାଏ ହୋଇଥିବା କୁମ୍ଭୀର ଓ ଗତ ୧୦ ତାରିଖରେ ଶେଷ ହୋଇଥିବା ପକ୍ଷୀ ଗଣନାରୁ ଏହା ସ୍ପଷ୍ଟ ହୋଇଥିବା ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସରୋଜ କୁମାର ପଣ୍ଡା ସୂଚନା ଦେଇଛନ୍ତି। ବନଖଣ୍ଡ ଅଧିକାରୀ କହିଛନ୍ତି, ଚଳିତବର୍ଷ ଟିକରପଡ଼ା ମହାନଦୀ ଗଣ୍ଡରେ ୯୦ ମଗର କୁମ୍ଭୀରଙ୍କୁ ଠାବ କରାଯାଇଛି। ୧୪ଟି ଘଡିଆଳ କୁମ୍ଭୀର ମଧ୍ୟ ଗଣ୍ଡରେ ରହିଥିବା ଜଣାପଡ଼ିଛି। ଏହି ସଂଖ୍ୟା ଗତବର୍ଷ ଅପେକ୍ଷା ଅଧିକ। ଗତବର୍ଷ ମଗରଙ୍କ ସଂଖା ୮୫ ଥିବାବେଳେ ଚଳିତବର୍ଷ ଏହା ୯୦ ହୋଇଛି। ସେହିପରି ଗତବର୍ଷ ୭ଟି ଘଡ଼ିଆଳ ରହିଥିବାବେଳେ ଚଳିତବର୍ଷ ଏମାନଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ବିଦେଶାଗତ ପକ୍ଷୀଙ୍କ ସଂଖ୍ୟାରେ ମଧ୍ୟ ଚଳିତବର୍ଷ ବୃଦ୍ଧି ପରିଲକ୍ଷିତ ହୋଇଛି। ଏବର୍ଷ ୮୧ ପ୍ରଜାତିର ୩ ହଜାର ୩୩୦ ପକ୍ଷୀ ସାତକୋଶିଆ ଆସିଛନ୍ତି। ସୂଚନାଯୋଗ୍ୟ, ମହାନଦୀର ୧୪ଟି ସେକ୍ଟରରେ ୧୪ଟି ଟିମ୍‌ ଓ ମହାନଦୀ ବାହାରେ ୩ଟି ଟିମ୍‌ ଗଣନାରେ ସାମିଲ ହୋଇଥିଲେ। ସମସ୍ତ ରିପୋର୍ଟ ମିଳିବା ପରେ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀ ସଂଖ୍ୟା ବଢ଼ିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri