ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୮୪ଟି ବଉଳା କୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୭୯୩କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ଗତବର୍ଷଠାରୁ ଚଳିତବର୍ଷ ୯ଟି କୁମ୍ଭୀର ଅଧିକ ଥିବା କୁମ୍ଭୀର ଗଣନା ରିପୋର୍ଟରୁ ଜଣାପଡିଛି। ଏଥିସହ ଚଳିତବର୍ଷ କୁମ୍ଭୀର ଗଣନା ସମୟରେ ଭିତରକନିକା ନଦୀନାଳରେ ଧଳା କୁମ୍ଭୀର ଦେଖିବାକୁ ମିଳିଥିଲା। ଗତବର୍ଷ ଭିତରକନିକା ନଦୀ ନାଳରେ ୧୬ଟି ଧଳା କୁମ୍ଭୀର ଠାବ ହୋଇଥିବା ବେଳେ ଚଳିତବର୍ଷ ଗଣନା ବେଳେ ୨୦ଟି ଧଳା କୁମ୍ଭୀର ଠାବ କରାଯାଇଛି।
ଚଳିତ ମାସ ୯ ତାରିଖରୁ ୧୨ ତାରିଖ ଯାଏ ୪ଦିନ ଧରି ଏହି କୁମ୍ଭୀର ଗଣନା କରାଯାଇଥିଲା। ବରିଷ୍ଠ ଜୀବ ବିଜ୍ଞାନୀ, ଗବେଷକ, କୁମ୍ଭୀର ବିଶାରଦ ଡ.ସୁଧାକର କରଙ୍କ ନେତୃତ୍ୱରେ ୨୨ଟି ଟିମ୍‌ କୁମ୍ଭୀର ଗଣନା କରିଥିଲେ। ଏହି ଗଣନା ସମୟରେ ୫୬୯ଟି କୁମ୍ଭୀର ଶାବକ (ଛୁଆ) ଅର୍ଥାତ୍‌ ୨ ଫୁଟରୁ କମ ଲମ୍ବର କୁମ୍ଭୀର, ୩୮୮ଟି ବର୍ଷିକିଆ ଛୁଆ ଅର୍ଥାତ୍‌ ୨ରୁ ୩ ଫୁଟିଆ କୁମ୍ଭୀର, ୩୨୫ଟି ଦୁଇ ବର୍ଷିଆ ଛୁଆ ଅର୍ଥାତ୍‌ ୩ରୁ ୬ ଫୁଟିଆ କୁମ୍ଭୀର, ୧୬୬ଟି ୪ରୁ ୫ ବର୍ଷର ଅର୍ଥାତ୍‌ ୬ରୁ ୮ ଫୁଟ ଲମ୍ବର କୁମ୍ଭୀର ଦେଖିବାକୁ ମିଳିଥିଲା। ଏଥିସହ ବଡ଼କୁମ୍ଭୀର ଅର୍ଥାତ୍‌ ୮ ଫୁଟରୁ ଅଧିକ ଲମ୍ବର ୩୪୫ଟି ଗଣନା ବେଳେ ଠାବ କରାଯାଇଛି ବୋଲି ରାଜନଗର ଭାରପ୍ରାପ୍ତ ଡିଏଫ୍‌ଓ ଅଧୀର କୁମାର ବେହେରା ସୂଚନା ଦେଇଛନ୍ତି। ଗଣନା ସମୟରେ କନିକା ରେଞ୍ଜ ଅଞ୍ଚଳରେ ସର୍ବାଧିକ ୧୪୧୭ଟି, ରାଜନଗର ରେଞ୍ଜରେ ୨୬୮ଟି, ମହାକାଳପଡ଼ା ରେଞ୍ଜରେ ୭୮ଟି, ଗହୀରମଥା ରେଞ୍ଜ ଅଞ୍ଚଳରେ ୩୦ଟି ବଉଳା କୁମ୍ଭୀର ଥିବା ଜଣାପଡିଛି। ସକାଳେ ଓ ସନ୍ଧ୍ୟାରେ ଏହି କୁମ୍ଭୀରମାନଙ୍କ ଗଣନା କରାଯାଇଥିଲା। ସକାଳେ କୁମ୍ଭୀରମାନେ ଖରା ପୋଇଁବା ଅବସ୍ଥାରେ ଓ ସନ୍ଧ୍ୟାରେ ସ୍ପଟ୍‌ ଲାଇଟ୍‌ ମାଧ୍ୟମରେ ଗଣନା କରାଯାଇଥିଲା। ୧୯୭୬ମସିହାଠାରୁ ଭିତରକନିକାରେ ହୁଲି ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଉଛି। ଏଥିସହ ଚଳିତବର୍ଷ ପାରମ୍ପରିକ ପଦ୍ଧତି ସହ ପଲିଗନ ସର୍ଚ୍ଚ ଆପ୍‌ ମାଧ୍ୟମରେ କୁମ୍ଭୀର ଗଣନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri