ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୮୪ଟି ବଉଳା କୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୭୯୩କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ଗତବର୍ଷଠାରୁ ଚଳିତବର୍ଷ ୯ଟି କୁମ୍ଭୀର ଅଧିକ ଥିବା କୁମ୍ଭୀର ଗଣନା ରିପୋର୍ଟରୁ ଜଣାପଡିଛି। ଏଥିସହ ଚଳିତବର୍ଷ କୁମ୍ଭୀର ଗଣନା ସମୟରେ ଭିତରକନିକା ନଦୀନାଳରେ ଧଳା କୁମ୍ଭୀର ଦେଖିବାକୁ ମିଳିଥିଲା। ଗତବର୍ଷ ଭିତରକନିକା ନଦୀ ନାଳରେ ୧୬ଟି ଧଳା କୁମ୍ଭୀର ଠାବ ହୋଇଥିବା ବେଳେ ଚଳିତବର୍ଷ ଗଣନା ବେଳେ ୨୦ଟି ଧଳା କୁମ୍ଭୀର ଠାବ କରାଯାଇଛି।
ଚଳିତ ମାସ ୯ ତାରିଖରୁ ୧୨ ତାରିଖ ଯାଏ ୪ଦିନ ଧରି ଏହି କୁମ୍ଭୀର ଗଣନା କରାଯାଇଥିଲା। ବରିଷ୍ଠ ଜୀବ ବିଜ୍ଞାନୀ, ଗବେଷକ, କୁମ୍ଭୀର ବିଶାରଦ ଡ.ସୁଧାକର କରଙ୍କ ନେତୃତ୍ୱରେ ୨୨ଟି ଟିମ୍‌ କୁମ୍ଭୀର ଗଣନା କରିଥିଲେ। ଏହି ଗଣନା ସମୟରେ ୫୬୯ଟି କୁମ୍ଭୀର ଶାବକ (ଛୁଆ) ଅର୍ଥାତ୍‌ ୨ ଫୁଟରୁ କମ ଲମ୍ବର କୁମ୍ଭୀର, ୩୮୮ଟି ବର୍ଷିକିଆ ଛୁଆ ଅର୍ଥାତ୍‌ ୨ରୁ ୩ ଫୁଟିଆ କୁମ୍ଭୀର, ୩୨୫ଟି ଦୁଇ ବର୍ଷିଆ ଛୁଆ ଅର୍ଥାତ୍‌ ୩ରୁ ୬ ଫୁଟିଆ କୁମ୍ଭୀର, ୧୬୬ଟି ୪ରୁ ୫ ବର୍ଷର ଅର୍ଥାତ୍‌ ୬ରୁ ୮ ଫୁଟ ଲମ୍ବର କୁମ୍ଭୀର ଦେଖିବାକୁ ମିଳିଥିଲା। ଏଥିସହ ବଡ଼କୁମ୍ଭୀର ଅର୍ଥାତ୍‌ ୮ ଫୁଟରୁ ଅଧିକ ଲମ୍ବର ୩୪୫ଟି ଗଣନା ବେଳେ ଠାବ କରାଯାଇଛି ବୋଲି ରାଜନଗର ଭାରପ୍ରାପ୍ତ ଡିଏଫ୍‌ଓ ଅଧୀର କୁମାର ବେହେରା ସୂଚନା ଦେଇଛନ୍ତି। ଗଣନା ସମୟରେ କନିକା ରେଞ୍ଜ ଅଞ୍ଚଳରେ ସର୍ବାଧିକ ୧୪୧୭ଟି, ରାଜନଗର ରେଞ୍ଜରେ ୨୬୮ଟି, ମହାକାଳପଡ଼ା ରେଞ୍ଜରେ ୭୮ଟି, ଗହୀରମଥା ରେଞ୍ଜ ଅଞ୍ଚଳରେ ୩୦ଟି ବଉଳା କୁମ୍ଭୀର ଥିବା ଜଣାପଡିଛି। ସକାଳେ ଓ ସନ୍ଧ୍ୟାରେ ଏହି କୁମ୍ଭୀରମାନଙ୍କ ଗଣନା କରାଯାଇଥିଲା। ସକାଳେ କୁମ୍ଭୀରମାନେ ଖରା ପୋଇଁବା ଅବସ୍ଥାରେ ଓ ସନ୍ଧ୍ୟାରେ ସ୍ପଟ୍‌ ଲାଇଟ୍‌ ମାଧ୍ୟମରେ ଗଣନା କରାଯାଇଥିଲା। ୧୯୭୬ମସିହାଠାରୁ ଭିତରକନିକାରେ ହୁଲି ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଉଛି। ଏଥିସହ ଚଳିତବର୍ଷ ପାରମ୍ପରିକ ପଦ୍ଧତି ସହ ପଲିଗନ ସର୍ଚ୍ଚ ଆପ୍‌ ମାଧ୍ୟମରେ କୁମ୍ଭୀର ଗଣନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri