ରାଜ୍ୟରେ ପୁଣି ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର୨୦,।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ମଙ୍ଗଳବାର ୨୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୮୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୫୮ ହଜାର ୫୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୭୩, ବାଲେଶ୍ୱରରୁ ୧୧୩, ବରଗଡ଼ରୁ ୧୫, ଭଦ୍ରକରୁ ୧୭୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୩, କଟକରୁ ୨୧୦, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୧, ଗଜପତିରୁ ୧୯, ଗଞ୍ଜାମରୁ ୧୪, ଜଗତ୍‌ସିଂହପୁରରୁ ୧୦୮, ଯାଜପୁରରୁ ୧୩୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୯୪, କେନ୍ଦୁଝରରୁ ୨୪ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୬, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୮୪, ନବରଙ୍ଗପୁରରୁ ୧୮ , ନୟାଗଡ଼ରୁ ୬୦ , ନୂଆପଡ଼ାରୁ ୫, ପୁରୀରୁ ୧୦୬, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୩୬ ସୁବର୍ଣ୍ଣପୁରରୁ ୪ ଓ ସୁନ୍ଦରଗଡ଼ରୁ ୨୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୧୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ...

ଖବରକାଗଜ ସୁରକ୍ଷିତ: କେରଳ ଡାକ୍ତର

କୋଜିକୋଡ଼େ,୨୪।୩: ଖବରକାଗଜ ଯୋଗୁ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥିବା ନେଇ ଗୁଜବ ସୃଷ୍ଟି ହେବାପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏହାକୁ ଖଣ୍ଡନ...

ଜୋରଦାର ହେଲା ପଲିଥିନ ଧରପଗଡ: ଗୋଦାମ ମାଲିକଙ୍କୁ ଗୋଡାଇ ଧରିଲେ

ଭଞ୍ଜନଗର,୧୯।୬(ଡି.ଏନ.ଏ.)- ପଲିଥିନ ଏବଂ ପ୍ଲାଷ୍ଟିକ୍‌ ବ୍ୟବହାରକୁ ରୋକିବା ପାଇଁ ଭଞ୍ଜନଗର ଏନ୍‌ଏସି ପକ୍ଷରୁ ବୁଧବାରଠାରୁ ଚଢାଉ ଜୋରଦାର କରାଯାଇଛି। ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ...

ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ...

ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୬୩୦ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ...

ଆରମ୍ଭ ହେଲା ବିଧାନସଭା: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ବିରୋଧି କଂଗ୍ରେସ ସଦସ୍ୟ...

ଧିମେଇଛି ଅପରେଶନ ମୁସ୍କାନ, ପରୀ

ପୁରୀ ଅଫିସ,୧୭।୧୦: ରାଜ୍ୟରେ ଯେପରି କେହି ଶିଶୁ ଶ୍ରମିକ ନ ରହିବେ, ସେଥିପାଇଁ ସରକାରଙ୍କ ପକ୍ଷରୁ ଅପରେଶନ ମୁସ୍କାନ ଓ ପରୀ ଯୋଜନା ହାତକୁ ନିଆଯାଇଛି।...

ଚାରି ଥାକିଆ ହେବ କେନ୍ଦୁଝର-ଡୁବୁରୀ ରାସ୍ତା

କେନ୍ଦୁଝର, ୮।୭(ସ୍ବ.ପ୍ର.) କେନ୍ଦୁଝର (ନରଣପୁର)ରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଚାରି ଥାକିଆ ହେବ। ଏଥିପାଇଁ ଜମି ଅଧିଗ୍ରହଣ କମିଟି ଅନୁମୋଦନ ପାଇଁ ଭାରତୀୟ ଜାତୀୟ ରାଜପଥ...

Advertisement
Archives

Model This Week