ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଭୁବନେଶ୍ୱର,୫।୮(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣରେ ଥିବା ସ୍ବାସ୍ଥ୍ୟ ବିଭାଗ କହୁଥିବାବେଳେ ବାସ୍ତବ ସଂଖ୍ୟା କିନ୍ତୁ ଭିନ୍ନ ରହୁଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଏହାର ପାଖାପାଖି ୭୦ ପ୍ରତିଶତ ରୋଗୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରହିଥିବା ଜଣାପଡିଛି।
ଜନସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ, ଚଳିତବର୍ଷ ଅଗଷ୍ଟ ୨ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାରେ ୨୨ ହଜାର ୫୭୦ ଜଣଙ୍କ ରକ୍ତ ନମୁନା ପରୀକ୍ଷା ହୋଇଥିବାବେଳେ ସେଥିରୁ ୧ହଜାର ୭୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୬୬୧ଜଣ ଡେଙ୍ଗୁ ରୋଗୀ ରହିଛନ୍ତି। ସେହିପରି ବାଲେଶ୍ୱର ଜିଲାରେ ୮୪ ଜଣ, ପୁରୀରେ ୬୪ଜଣ ଓ କଟକରେ ୪୬ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତେବେ ୧୯ ଜିଲାରେ ୩୦ରୁ କମ୍‌ ରୋଗୀ ବାହାରିଥିବାବେଳେ ୬ଟି ଜିଲାରେ କୌଣସି ଡେଙ୍ଗୁ ରୋଗୀ ଚିହ୍ନଟ ହୋଇନାହାନ୍ତି। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିଥିବାବେଳେ ଭୁବନେଶ୍ୱର ଏବେ ଉଦ୍‌ବେଗଜନକ ସ୍ଥିତିରେ ରହିଛି। ବିଏମ୍‌ସି ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବୈଠକ କରାଯାଉଥିଲେ ମଧ୍ୟ ଡେଙ୍ଗୁ ସଂକ୍ରମଣକୁ ରୋକାଯାଇପାରୁ ନାହିଁ। ଏନେଇ ବିଭାଗୀୟ ଅଧିକାରୀ କହିଛନ୍ତି, ବର୍ତ୍ତମାନ ସମୟରେ ଡେଙ୍ଗୁ ଋତୁଭିତ୍ତିକ ରୋଗ ହୋଇନାହିଁ। ବର୍ଷର ବିଭିନ୍ନ ସମୟରେ ରାଜ୍ୟର ବିଭିନ୍ନ ଜିଲାରୁ ଡେଙ୍ଗୁ ରୋଗୀଙ୍କ ରିପୋର୍ଟ ଆସୁଛି। କିନ୍ତୁ ଜୁଲାଇ ଓ ଅଗଷ୍ଟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଅଧିକ ରହୁଛି। ପୂର୍ବବର୍ଷ ଏହି ଅବଧି ମଧ୍ୟରେ ୧୦୦୯ଟି ରୋଗୀ ଚିହ୍ନଟ ହୋଇଥିବାବେଳେ ଚଳିତବର୍ଷ ୭୦ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତିି। ରାଜ୍ୟରେ ବଢୁଥିବା ଡେଙ୍ଗୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଡେଙ୍ଗୁ ପରୀକ୍ଷଣ କେନ୍ଦ୍ର ସଂଖ୍ୟା ମଧ୍ୟ ବୃଦ୍ଧି କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri