ଚିନ୍ତା ବଢ଼ାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ପୁରୀ, ୨୭ା୮(ଅଜିତ୍‌ ମହାନ୍ତି)ରାଜ୍ୟର ବିଭିନ୍ନ ଜିଲାରେ ଆସ୍ତେ ଆସ୍ତେ ଡେଙ୍ଗୁର ପ୍ରଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୀରେ ମଧ୍ୟ ଡେଙ୍ଗୁର ପ୍ରଭାବ ଦେଖିବାକୁ ମିଳିଛି। ଗତ କିଛିଦିନ ମଧ୍ୟରେ ଜିଲାରେ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ସଦର ମୁଖ୍ୟ ଚିକିତ୍ସାଳୟରେ ଅଧିକରୁ ଅଧିକ ଡେଙ୍ଗୁ ଆକ୍ରାନ୍ତ ପହଞ୍ଚତ୍ିବାରେ ଲାଗିଛନ୍ତି। ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ଶଯ୍ୟା ନ ଥିବା ଅଭିଯୋଗ ହୋଇଛି। ସେହିପରି ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରିବା ପାଇଁ ହେଉଥିବା ପରୀକ୍ଷାରେ ଆବଶ୍ୟକ ଅନୁଯାୟୀ ଭିତ୍ତିଭୂମି ନ ଥିବାରୁ ଟେଷ୍ଟିଂରେ ଅଧିକ ସମୟ ଲାଗୁଥିବା ଅଭିଯୋଗ ହେଉଛି। ପୁରୀ ଭଳି ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନ ସ୍ଥଳୀରେ ଡେଙ୍ଗୁ ରୋଗର ମୁକାବିଲା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ଖାମଖିଆଲି ନୀତି ଗ୍ରହଣ କରୁଥିବା ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବର୍ତ୍ତମାନ ପୁରୀ ପୌରାଞ୍ଚଳରେ ବଢ଼ିବଢ଼ି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ପୁରୀ ଜିଲା ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ ଗତ ଜାନୁୟାରୀ ମାସରୁ ଅଗଷ୍ଟ ୨୬ ସୁଦ୍ଧା ୨୮୫ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ତେବେ ହଠାତ ଗତ ଏକମାସ ହେବ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ଦେଖିବାକୁ ମିଳିଛି। ଡେଙ୍ଗୁ ଆକ୍ରାନ୍ତଙ୍କ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ମାତ୍ର ୬ଟି ବେଡ୍‌ ରହିଛି। ପର୍ଯ୍ୟାପ୍ତ ବେଡ୍‌ ନ ଥିବାରୁ ଡେଙ୍ଗୁ ରୋଗୀମାନେ ଉପଯୁକ୍ତ ଚିକିତ୍ସା ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଅନେକ ଡେଙ୍ଗୁ ରୋଗୀ ବାଧ୍ୟହୋଇ ଘରୋଇ ହସ୍ପିଟାଲମୁହଁା ହେଉଛନ୍ତି। ପୁରୀ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ହୋଇଥିବା ବେଳେ ଡେଙ୍ଗୁ ଆକ୍ରାନ୍ତଙ୍କୁ ଉପଯୁକ୍ତ ଚିକିତ୍ସା ନ ମିଳିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ସୁଜାତା ମିଶ୍ର କହିଛନ୍ତି, ଗତ ଜାନୁୟାରୀ ମାସରୁ ଏପର୍ଯ୍ୟନ୍ତ ଜିଲାରେ ୨୮୫ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଯେତିକି ପରିମାଣରେ ରୋଗୀ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୫୦ ଶତକଡା ଜିଲାର ଅଧିବାସୀ ହୋଇଥିବା ବେଳେ ବାକି ଜିଲା ବାହାରର ଅଟନ୍ତି, ଯେଉଁମାନେ ପୁରୀରେ ରହି କାର୍ଯ୍ୟ କରୁଛନ୍ତି। ତେବେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ମେଡିକାଲରେ ୬ଟି ବେଡ୍‌ କାର୍ଯ୍ୟକ୍ଷମ ରହିଛି। ଅପରପକ୍ଷେ ଲାବରେ ପ୍ରତ୍ୟେକ ଦିନ ଟେଷ୍ଟ କରାଯାଇ ଡେଙ୍ଗୁ ଚିହ୍ନଟ କରାଯାଉଛି। ପ୍ରତ୍ୟେକ ଦିନ ୨୫୦ରୁ ୩୦୦ ହାରାହାରି ନମୁନାର ଟେଷ୍ଟ କରାଯାଉଛି। ଟେଷ୍ଟରୁ ପ୍ରାୟ ଦିନକୁ ୨୦ରୁ ଅଧିକ ଡେଙ୍ଗୁ ବାହାରୁଥିଲେ। ତେବେ ଏବେ ଏହା କମିବାରେ ଲାଗିଛି। ଶୁକ୍ରବାର ଟେଷ୍ଟରେ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯେପରି ଡେଙ୍ଗୁ ଅଧିକ ନ ହେବ ସେଥିପାଇଁ ପୌରସଂସ୍ଥା ପକ୍ଷରୁ ଲୋକମାନଙ୍କୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ସାହାଯ୍ୟରେ ସହରବାସୀଙ୍କୁ ସଚେତନ କରାଯାଉଛି। ମଶାରି ଟାଣି ଶୋଇବା, ଦେହକୁ ଘୋଡାଇ ରଖିବା, ବିଶେଷ କରି ସକାଳେ ଓ ସନ୍ଧ୍ୟାରେ ସଜାଗ ରହିବା, ନିଜ ଘର ଏବଂ ଚାରିପାଖକୁ ସଫା କରିବା, ପାଣି ନ ଜମିବାକୁ ସୂଚନା ଦିଆଯାଉଛି। ସେହିପରି ମଶାଙ୍କ ସଂଖ୍ୟାକୁ କମାଇବା ପାଇଁ ନାଳ ଏବଂ ଡ୍ରେନରେ ମଶାମରା ତେଲ ପକାଯାଉଛି। ପାଗ ଶୁଖିଲା ହେବା ପରେ ମଶାଧୂଆଁ ଛଡ଼ାଯିବ। ଲୋକମାନେ ସଚେତନ ରହିଲେ ଡେଙ୍ଗୁ ବ୍ୟାପିବାରୁ ନିଜକୁ ରକ୍ଷା କରିପାରିବେ। ଯଦି କାହାଘରେ ଡେଙ୍ଗୁ ରୋଗୀ ଅଛନ୍ତି ସେମାନଙ୍କୁ ଦିନରେ ମଧ୍ୟ ମଶାରି ମଧ୍ୟରେ ରଖନ୍ତୁ। ସମସ୍ତଙ୍କ ସହଯୋଗରେ ଡେଙ୍ଗୁର ନିୟନ୍ତ୍ରଣ କରିହେବ। ଅପରପକ୍ଷେ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଜିଲା ମୁଖ୍ୟ ଚିକିତ୍ସାଳୟରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ନାଳ ନର୍ଦ୍ଦମାର ସଫେଇ, ମଶାମରା ତେଲ ସିଞ୍ଚନ କରିବା ପାଇଁ ପୁରୀ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକମାନଙ୍କୁ ସଚେତନ କରାଇବା ପାଇଁ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଜନସାଧାରଣ ମଧ୍ୟ ନିଜ ପ୍ରତି ସଚେତନ ହେବା ଆବଶ୍ୟକ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?