ଗଞ୍ଜାମରେ ୭ ହେଲା ଡେଙ୍ଗୁ ପଜିଟିଭ୍‌ ସଂଖ୍ୟା

ବ୍ରହ୍ମପୁର,୭ା୮(ସୁବାସ ଚନ୍ଦ୍ର ପାଢ଼ୀ)-ଗଞ୍ଜାମ ଜିଲାରେ ପୁଣି ୨ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବ୍ରହ୍ମପୁର ସିଦ୍ଧାର୍ଥନଗରର ଜଣେ ଓ ଅନ୍ୟ ଜଣକ ଦିଗପହଣ୍ଡିର ବୋଲି ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଏହି ଦୁଇ ଜଣଙ୍କୁ ମିଶାଇଲେ ଜିଲାରେ ପଜିଟିଭ୍‌ ସଂଖ୍ୟା ୭ରେ ପହଞ୍ଚିଛି। ସିଦ୍ଧାର୍ଥନଗରରେ ରହୁଥିବା ବ୍ୟକ୍ତି ଜଣକ କଟକରେ କାମ କରୁଥିବା ବେଳେ ଜ୍ୱରରେ ପଡ଼ିବାରୁ ଘରକୁ ଚାଲି ଆସିଥିଲେ। ତାଙ୍କର ଡେଙ୍ଗୁ ପରୀକ୍ଷା କରିବା ପରେ ନମୁନା ପଜିଟିଭ୍‌ ଆସିଛି। ସେହିପରି ଦିଗପହଣ୍ଡି ଅଞ୍ଚଳର ଯୁବକ ଜଣକ ମୁମ୍ବାଇରେ କାମ କରୁଥିଲେ। କିଛିଦିନ ତଳେ ସେ ଜ୍ୱରରେ ଆକ୍ରାନ୍ତ ହୋଇ ଘରକୁ ଫେରିଥିଲେ। ତାଙ୍କର ଡେଙ୍ଗୁ ପରୀକ୍ଷା କରାଯିବାରୁ ରିପୋର୍ଟ ପଜିଟିଭ ଆସିଛି। ଉଭୟେ ଡାକ୍ତରଙ୍କ ପରାମର୍ଶକ୍ରମେ ଘରେ ରହି ଔଷଧ ସେବନ କରୁଛନ୍ତି। ଯେଉଁ ଅଞ୍ଚଳରେ ଡେଙ୍ଗୁୁ ପଜିଟିଭ୍‌ ବାହାରୁଛି ସେଠାକୁ ସ୍ବାସ୍ଥ୍ୟ ବିଭାଗର ଟିମ୍‌ ଯାଇ ଲାର୍ଭା ନଷ୍ଟ କରୁଛନ୍ତି। ଜନସାଧାରଣଙ୍କୁ ମଧ୍ୟ ଉକ୍ତ ଟିମ ସଚେତନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri