କମୁଛି ହାତୀ ସଂଖ୍ୟା: ଆଜି ଆଉ ଗୋଟିଏ ଆଖି ବୁଜିଲା, ୩ ମାସରେ ମଲେଣି ୩ ଦନ୍ତା

ଭଞ୍ଜନଗର,୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ ଗୟଗଣ୍ଡା ନିକଟସ୍ଥ ରାମ୍ପ ଜଙ୍ଗଲରେ ଶନିବାର ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀଟି ବିଗତ କିଛିଦିନ ହେବ ଅସୁସ୍ଥ ହୋଇ ଜଙ୍ଗଲରେ ଏଣେତେଣେ ଘୂରି ବୁଲୁଥିଲା। ତାକୁ ବନ ବିଭାଗ ପକ୍ଷରୁ ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଇ ନ ପାରିବାରୁ ଶେଷରେ ହାତୀଟି ଆଖି ବୁଜିଥିବା ଅଭିଯୋଗ ହେଉଛି। ହାତୀଟି କେଉଁଭଳି ପରିସ୍ଥିତିରେ ଅସୁସ୍ଥ ହେଲା ସେନେଇ ସଠିକ୍‌ ଭାବେ ଜଣାପଡ଼ିନାହିଁ। ଖବରପାଇ ଡିଏଫ୍‌ଓ ସୁଦର୍ଶନ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଅପରାହ୍ନରେ ବ୍ୟବଚ୍ଛେଦ ପରେ ହାତୀଟିକୁ ସେଠାରେ ପୋତି ଦିଆଯାଇଛି। ବିଗତ ୩ ମାସ ମଧ୍ୟରେ ଏହି ବନଖଣ୍ଡରେ ୩ ଦନ୍ତାହାତୀଙ୍କ ମୃତ୍ୟୁ ହୋଇସାରିଲାଣି।

ସୂଚନାନୁସାରେ, ଗଞ୍ଜାମ ଜିଲାରେ ୫୩ଟି ହାତୀ ଥିଲେ। ସେଥିମଧ୍ୟରୁ ୧୧ଟି ଦନ୍ତା ହାତୀ ଥିଲେ। ୨୦୧୭ରୁ ଶନିବାର ସୁଦ୍ଧା ଜିଲାରେ ୧୧ଟି ଦନ୍ତା ହାତୀ ମରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri