ଅଧିକାରୀଙ୍କ ସୁରକ୍ଷାରେ ନକଲି ଶିକ୍ଷକ

ଯାଜପୁର ଅଫିସ,୧୯ା୫: ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ(ଡିଇଇ) ପକ୍ଷରୁ ତାଲିକାଭୁକ୍ତ ପ୍ରାୟ ୪୦୦ ନକଲି ଶିକ୍ଷୟିତ୍ରୀ/ଶିକ୍ଷକଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ସେମାନେ ବିଭାଗୀୟ ଅଧିକାରୀମାନଙ୍କ ଛତ୍ରଛାୟା ତଳେ ଅଛନ୍ତି । ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମିଳୁଥିବା ଚେତାବନୀକୁ ମଧ୍ୟ ସମ୍ପୃକ୍ତ ଶିକ୍ଷକମାନେ ଖାତିର କରୁନାହାନ୍ତି। ଫଳରେ ନକଲି ଶିକ୍ଷକ ଓ ସରକାରୀ କର୍ମଚାରୀଙ୍କ ସଂଖ୍ୟା ବଢି ଚାଲିଛି ବୋଲି ମତପ୍ରକାଶ ପାଇଛି।

ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାର ନୀତି ପ୍ରଣୟନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ସେମାନଙ୍କ ପାଇଁ ବିଭିନ୍ନ ସୁବିଧାସୁଯୋଗ ଯୋଗାଇ ଦିଆଯାଇଛି । ରାଜନୀତି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥା କରାଯାଇ ସେମାନଙ୍କୁ ବିଭିନ୍ନ ପଦପଦବୀରେ ରଖାଯାଇଛି । କିନ୍ତୁ ଏହିସବୁ ସୁବିଧା ସୁଯୋଗକୁ ଚଞ୍ଚକତା କରି କେତେଜଣ ସାଧାରଣ ବର୍ଗ ଲୋକେ ଉପଭୋଗ କରି ଚାଲିଛନ୍ତି । ଏପରିକି ନିର୍ବାଚନରେ ଥିବା ସଂରକ୍ଷଣ ବ୍ୟବସ୍ଥାରେ ମଧ୍ୟ ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରି ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହୋଇ ପାରୁଛନ୍ତି । ମିଥ୍ୟା ଜାତିଗତ ପ୍ରମାଣପତ୍ର ବଳରେ ବିଭିନ୍ନ ସୁବିଧାସୁଯୋଗ ହାସଲ କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ ଅଭିଯୋଗ ହେଲେ ମଧ୍ୟ ପ୍ରଶାସନିକ ଉଦାସୀନତା ମନୋଭାବ ଯୋଗୁ ଦୀର୍ଘଦିନ ହେବ କାର୍ଯ୍ୟାନୁଷ୍ଠାନ ହୋଇ ପାରୁନାହିଁ । ଅଭିଯୁକ୍ତମାନେ କୋର୍ଟ କଚେରିର ଦ୍ୱାରସ୍ଥ ହେଲା ପରେ ପ୍ରଶାସନିକ ଅଧିକାରୀମାନେ ଉପଯୁକ୍ତ ଭାବେ ଜବାବ ଦାଖଲ ନ କରି କୋହଳ ମନୋଭାବ ପୋଷଣ କରୁଛନ୍ତି। ଫଳରେ ବାସ୍ତବରେ ଆଦିବାସୀ ଓ ହରିଜନ ଡିଗ୍ରୀଧାରୀ ପ୍ରତିଭାବାନ୍‌ ବ୍ୟକ୍ତି ସେମାନଙ୍କ ଅଧିକାର ପାଇବାରୁ ବଞ୍ଚିତ ହେଉଛନ୍ତି।

ଏହି ପରିପ୍ରେକ୍ଷୀରେ ଡିଇଇର ନିର୍ଦ୍ଦେଶକ ତା୧୮ା୧୦ା୨୦୨୧ରିଖରେ ଓଡ଼ିଶାର ୨୩ ଜିଲା ଶିକ୍ଷାଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କ ସମେତ ୫୫ ଜଣ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କୁ ଜବାବ ତଲବ କରିଥିଲେ। ନକଲି ପ୍ରମାଣପତ୍ରଧାରୀ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ)(ସିସିଏ) ୧୯୬୨ ଆଇନର ଧାରା ୧୫ ଅନୁଯାୟୀ ଚାକିରିରୁ ବହିଷ୍କାର ଓ ଥାନାରେ ମାମଲା ରୁଜୁ କରିବାକୁ ଗତ ୧ ବର୍ଷ ମଧ୍ୟରେ ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାୟ ୧୦ ଥର ନିର୍ଦ୍ଦେଶ ହୋଇଛି। କିନ୍ତୁ ସମ୍ପୃକ୍ତ ଅଧିକାରୀମାନେ ଏହାର ଉଲ୍ଲଂଘନ କରି ଆସୁଛନ୍ତି। ତେଣୁ ସେହି ଅଧିକାରୀମାନଙ୍କ ବିରୋଧରେ କାହିଁକି ବିଭାଗୀୟ ପ୍ରୋସିଡିଂ ଗ୍ରହଣ କରା ନ ଯିବ, ସେ ନେଇ ଉତ୍ତର ରଖିବାକୁ ଡିଇଇର ନିର୍ଦ୍ଦେଶକ ତାଙ୍କ ପତ୍ରରେ ଚେତାବନୀ ଦେଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶର ଉପଯୁକ୍ତ ଭାବେ ପାଳନ ହୋଇ ନ ଥିବା କେତେକ ଘଟଣାକୁ ଅବଲୋକନ କଲେ ତାହା ଜଳଜଳ ହୋଇ ଦିଶୁଛି।

ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ଅସନଝର ମୌଜାରେ ଜଣେ ଯୁବକ କେନ୍ଦୁଝର ଘସିପୁରା ତହସିଲ ଅଞ୍ଚଳରେ ୨ ଡେସିମିଲ ଜମି କିଣି ସେଥିରେ ଶବର ଜାତି ଦର୍ଶାଇଛନ୍ତି। ସେହି ଜମିପଟ୍ଟା ବଳରେ ଆଦିବାସୀ ଜାତିଗତ ପ୍ରମାଣପତ୍ର ହାସଲ କରି ସରକାରୀ ଶିକ୍ଷକତା କରୁଥିବା ନେଇ ଯାଜପୁର ଏବଂ ଗଜପତି ଡିଇଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ସେ ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଏକ ସ୍କୁଲରେ ନକଲି ଜାତିଗତ ପ୍ରମାଣପତ୍ର ବଳରେ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। ଏ ସଂକ୍ରାନ୍ତରେ ଗଜପତି ଜିଲା ଶିକ୍ଷା ଅଧିକାରୀ(ଡିଇଓ) ପ୍ରଦୋଷ ନାୟକଙ୍କୁ ପଚାରିଲେ ଖୁବ୍‌ଶୀଘ୍ର ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି। ତେବେ ଦିନ ଗଡି ଚାଲିଥିଲେ ବି କିଛି ପଦକ୍ଷେପ ନିଆଯାଉ ନ ଥିବାରୁ ଗଜପତି ଡିଇଓଙ୍କ ଆଭିମୁଖ୍ୟ ଉପରେ ସନ୍ଦେହ ସୃଷ୍ଟି ହେଉଥିବା ମତପ୍ରକାଶ ପାଇଛି। ସେହିପରି ଯାଜପୁର ଜିଲା ବଡ଼ଚଣା ବ୍ଲକରେ ନକଲି ଓଟିଇଟି(ଓଡିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ) ପ୍ରମାଣପତ୍ର ବଳରେ ୩ ଜଣ ଶିକ୍ଷକ ଚାକିରି କରୁଥିବା ଧରାପଡିଥିଲା। ଏହିକ୍ରମରେ ଯାଜପୁର ଜିଲା ଶିକ୍ଷା ବିଭାଗ ପକ୍ଷରୁ ସଂପୃକ୍ତ ସହକାରୀ ଶିକ୍ଷକମାନଙ୍କ ଉପରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ହେଲେ ଏହି ମାମଲା କୋର୍ଟ କଚେରିରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri