ଚକ ସଂଖ୍ୟା ଅନୁଯାୟୀ ରଥରେ ରହିବେ ଘଣ୍ଟୁଆ

ପୁରୀ ଅଫିସ,୧।୬: ଜୁନ ୪ରେ ସ୍ନାନଯାତ୍ରା। ଏହିଦିନ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ସହ ଦୁର୍ଲ୍ଲଭ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ସେହିପରି ଜୁନ ୨୦ରେ ରଥଯାତ୍ରା, ୨୮ରେ ବାହୁଡ଼ା ଯାତ୍ରା ଏବଂ ଜୁଲାଇ ୧ରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ସହ ନିବିଘ୍ନରେ ସମ୍ପନ୍ନ କରିବା ନିମନ୍ତେ ଜିଲା ପ୍ରଶାସନଠାରୁ ଆରମ୍ଭ କରି ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତମାନଙ୍କ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି। ଘୋଷଯାତ୍ରା ସମୟରେ ଘୋଷ ଘଣ୍ଟୁଆଙ୍କ ବିଶେଷ ଭୂମିକା ରହିଥାଏ। ମହାପ୍ରଭୁଙ୍କ ପହଣ୍ଡି ସହ ରଥ ଚାଲିବା ସମୟରେ ଘୋଷ ଘଣ୍ଟୁଆମାନେ ଘଣ୍ଟ ନାଦ କରିଥାନ୍ତି। ଚଳିତ ବର୍ଷ ନୀତି ଯେପରି ଶୃଙ୍ଖଳିତ ହେବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ବୁଧବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଘଣ୍ଟୁଆ ନିଯୋଗ ସହ ଆଲୋଚନା କରିଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ଏହି ବୈଠକ ସମ୍ପର୍କରେ ପୁରୀ ଘଣ୍ଟୁଆ ନିଯୋଗର ସଭାପତି ଗିରିଶ ଚନ୍ଦ୍ର ନାୟକ ସୂଚନା ଦେଇ କହିଛନ୍ତି, ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଘଣ୍ଟସେବା ସମ୍ପର୍କରେ ଆଲୋଚନା ହୋଇଥିଲା।
ରଥ ଉପରେ କେତେଜଣ ଘଣ୍ଟୁଆ ରହି ସେବା କରିବେ ସେନେଇ ମୁଖ୍ୟତଃ ଆଲୋଚନା କରାଯାଇଥିଲା। ରଥର ଚକ ଅନୁଯାୟୀ ରଥ ଉପରେ ଘଣ୍ଟୁଆ ରହିବାକୁ ନିଷ୍ପତ୍ତି ହୋଇଛି। ଯେପରିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଚକ ସଂଖା ୧୬ ହୋଇଥିବାରୁ ସେହି ରଥରେ ୧୬ ଜଣ ଘଣ୍ଟୁଆ ରହିବେ। ତେବେ ୧୬ ଘଣ୍ଟୁଆଙ୍କ ମଧ୍ୟରେ ପୁରୀ ଘଣ୍ଟୁଆ ଓ ଭଟିମୁଣ୍ଡା ଘଣ୍ଟୁଆ ନିର୍ଦ୍ଦିଷ୍ଟ ଅନୁପାତରେ ରହିବେ। ଅର୍ଥାତ୍‌ ନନ୍ଦିଘୋଷ ରଥରେ ୧୦ ଜଣ ପୁରୀ ଘଣ୍ଟୁଆ ଓ ୬ଜଣ ଭଟିମୁଣ୍ଡା ଘଣ୍ଟୁଆ ରହିବେ। ସେହିପରି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ୧୪ଟି ଚକ ଥିବାରୁ ରଥରେ ୧୪ ଜଣ ଘଣ୍ଟୁଆ ରହିବେ। ସେମାନଙ୍କ ମଧ୍ୟରୁ ୯ ଜଣ ପୁରୀ ଘଣ୍ଟୁଆ ଓ ୫ଜଣ ଭଟିମୁଣ୍ଡା ଘଣ୍ଟୁଆ। ମା’ସୁଭଦ୍ରାଙ୍କ ଦେବଦଳନ ରଥରେ ୧୨ଟି ଚକ ଥିବାରୁ ୧୨ ଜଣ ଘଣ୍ଟୁଆ ରହିବେ। ସେମାନଙ୍କ ମଧ୍ୟରୁ ୮ ଜଣ ପୁରୀ ଘଣ୍ଟୁଆ ଓ ୪ ଜଣ ଭଟିମୁଣ୍ଡା ଘଣ୍ଟୁଆ ରହି ଘଣ୍ଟ ସେବା କରିବେ। ସେହିପରି ଠାକୁରଙ୍କ ଗୋଟି ପହଣ୍ଡି ଓ ଧାଡ଼ି ପହଣ୍ଡି ସମୟରେ ୭୫ ଜଣ ଘଣ୍ଟୁଆ ରହି ସେବା କରିବା ପାଇଁ ନିଷ୍ପତ୍ତି ହୋଇଥିବା ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri