ଆଶାୟୀଙ୍କ ସଂଖ୍ୟା ବଢ଼ୁଛ

ବାରିପଦା ଅଫିସ,୨।୩

ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ମୟୂରଭଞ୍ଜ ଜିଲା ପରିଷଦ ଗଠନକୁ ନେଇ ଚର୍ଚ୍ଚା ଜୋର ଧାରିଲାଣି। ଏହି ଜିଲାରେ ବିଜେଡି ଏକ ତରଫା ବିଜୟ ହାସଲ କରିଛି। ମୋଟ ୫୬ ଆସନ ମଧ୍ୟରୁ ୫୩ଟି ହାତେଇ ପରିଷଦ ଗଠନ କରିବାକୁ ଯାଉଛି। ତେବେ ପରିଷଦର ସଭାପତି ପଦରେ କାହାକୁ ବସାଯିବ ସେଥିନେଇ ଦଳ ପକ୍ଷରୁ ମାନସମନ୍ଥନ ଚାଲିଛି। ଏଥିନେଇ ନିର୍ବାଚିତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କ ମଧ୍ୟରେ କଳ୍ପନାଜଳ୍ପନା ଲାଗିରହିଥିବା ବେଳେ ଦଳରେ ଆଶାୟୀଙ୍କ ସଂଖ୍ୟା ବୃଦ୍ଧି ପାଇଛି।
ମୟୂରଭଞ୍ଜ ଜିଲା ପରିଷଦ ସଭାପତି ଆସନ ଅନୁସୂଚୀତ ଜନଜାତିଙ୍କ ପାଇଁ ସଂରକ୍ଷିତ ରହିଛି। ଆସନ୍ତା ୧୩ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ ଦଳକୁ ବେଶ ଉତ୍ସାହିତ କରିଛି। ଜିଲାର ପୂର୍ବ ଓ ପଶ୍ଚିମ ସାଙ୍ଗଠନିକ ଶିବିରରେ ଦଳ ପକ୍ଷରୁ ଅଙ୍କକଷା ଆରମ୍ଭ ହୋଇଛି। ତେବେ ଜିଲା ପରିଷଦ ସଭାପତି କିଏ ହେବ ସେ ନେଇ ଦଳର ନିର୍ବାଚିତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କ ମଧ୍ୟରେ କଳ୍ପନାଜଳ୍ପନା ଲାଗିରହିଛି। ହାଇକମାଣ୍ଡଙ୍କ ନିର୍ଦ୍ଦେଶ କ୍ରମେ ଦଳ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇ ସଭାପତି ବଛାଯିବ। ଅନ୍ୟ ଦଳର ସଂଖ୍ୟା ଗରିଷ୍ଠତା ନ ଥିବାରୁ ସଭାପତି ନିର୍ବାଚନରେ ପ୍ରତିଦ୍ୱନ୍ଦିତା ନ ହୋଇ ସର୍ବସମ୍ମତି କ୍ରମେ ଜଣଙ୍କୁ ଚୟନ କରାଯିବ ବୋଲି ଆଲୋଚନା ଚାଲିଛି। ଏଥର ଜିଲାର ୩୨ଜଣ ଏସ୍‌ଟି ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କାହାକୁ ସଭାପତି ଚୟନ କରାଯିବ ସେଥି ନେଇ ଗୋଟିଚାଳଣା ଚାଲିଛି। ସେହିପରି ଦଳର ଅନେକ ପ୍ରାର୍ଥୀ ହ୍ୟାଟ୍ରିକ ବିଜୟ ହାସଲ କରିଥିବା ବେଳେ ବହୁ ପ୍ରାର୍ଥୀ ବିପୁଳ ସଂଖ୍ୟାରେ ବିଜୟ ଲାଭ କରିଛନ୍ତି। ତେଣୁ ଅଭିଜ୍ଞ ଓ ଶିକ୍ଷିତ ଯୁବପିଢୀଙ୍କୁ ସଭାପତି କରାଯିବା ବୋଲି ଚର୍ଚ୍ଚା ହେଉଛି। ଅନ୍ୟ ପକ୍ଷରେ ଦଳର ନେତୃବୃନ୍ଦଙ୍କ ନିଷ୍ପତ୍ତିି ଉପରେ ଗୁରୁତ୍ୱ ଦିଆଯିବ ବୋଲି କେତେକ ବିଜେଡି କର୍ମକର୍ତ୍ତା କହିଛନ୍ତି। ତେବେ ଠିକ୍‌ ପ୍ରାର୍ଥୀ ଚୟନ କରା ନ ଗଲେ ପୁନର୍ବାର ଦଳରେ କନ୍ଦଳ ଉପୁଜିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ଆଲୋଚନା ହେଉଛି। ଉଲ୍ଲେଖଯୋଗ୍ୟ, ଚଳିତ ନିର୍ବାଚନରେ ଜେଏମ୍‌ଏମ୍‌ ୩ଟି ଜିଲା ପରିଷଦ ଆସନ ଦଖଲ କରିଥିବା ବେଳେ ଭାଜପା ଓ କଂଗ୍ରେସ ଖାତା ଖୋଲିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri