ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ: ବିଏମସି କମିଶନର

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ଗତ କିଛିଦିନ ହେବ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏ ନେଇ ଶନିବାର ଭୁବନେଶ୍ୱର ଗୀତଗୋବିନ୍ଦ ସଦନଠାରେ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଏମ୍‌ସି କୋଭିଡ ପର୍ଯ୍ୟବେକ୍ଷକ ଅନୁ ଗର୍ଗ ଏବଂବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।
ବିଏମ୍‌ସି କମିଶନର କହିଛନ୍ତି, ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ସଂକ୍ରମିତ ସଂଖ୍ୟା ଅଧିକ ରହିଛି। ବସ୍ତି ଅଞ୍ଚଳରୁ ଏବେ ୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅଣବସ୍ତି ଅଞ୍ଚଳରୁ ଏବେ ୬୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି। ପ୍ରତି ବସ୍ତିରେ ବସ୍ତି କମିଟି ଗଠିତ ହୋଇଛି। ବିଜେବିନଗରସ୍ଥିତ ମହିଷାଖାଲ ବସ୍ତିରୁ ଶୁକ୍ରବାର ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।
ସେହିପରି ଅନୁ ଗର୍ଗ କହିଛନ୍ତି, ପ୍ରତି ୱାର୍ଡରେ ସଚେତକ କମିଟି କାମ କରୁଛି। ବସ୍ତିରେ ଆକ୍ଟିଭ ସର୍ଭିଲାନ୍ସ ଟିମ ଯାଞ୍ଚ କରୁଛନ୍ତି। ୬ଟି କୋଭିଡ କେୟାର ସେଣ୍ଟରରେ ୮୭୦ ଶଯ୍ୟା ରହିଛି । ୫୫୪ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର କରାଯାଇଛି। ସେହିପରି ୧୦୨୫ ଶଯ୍ୟାରେ କୋଭିଡ ହସ୍ପିଟାଲ, ୬୦ ଶଯ୍ୟାର ହେଲଥ କେୟାର ସେଣ୍ଟର ରହିଛି। ଭୁବନେଶ୍ୱରରେ ବର୍ତ୍ତମାନ ଆଉ ୧୫ ଶହ କୋଭିଡ ଶଯ୍ୟା ବାଢଇବା ପାଇଁ ଯୋଜନା କରାଯାଇଛି। ବର୍ତ୍ତମାନ ଭୁବନେଶ୍ୱରରେ ୧୬୭ ଜଣ ହୋମ ଆଇସୋଲେସନରେ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri