ଖସୁଛି ସଂକ୍ରମଣ ସଂଖ୍ୟା, ଚିନ୍ତା ବଢ଼ାଉଛି ମୃତ୍ୟୁ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୧୦ଦିନ ହେବ ଦୈନିକ ସଂକ୍ରମଣ କ୍ରମାଗତ ଭାବେ ଖସିବାରେ ଲାଗିଛି। ଏହି ୧୦ଦିନରେ ପଜିଟିଭ୍‌ ହାର ୮.୫୩%ରୁ ୬.୩୨%କୁ ଖସି ଆସିଛି। ସେହିପରି ଦୈନିକ ସଂକ୍ରମଣ କ୍ଷେତ୍ରରେ ସଂଖ୍ୟା ୪,୧୪୧ରୁ ୨,୮୩୩କୁ ଖସିଛି। ରାଜ୍ୟର ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ୪ ଜିଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ପୁରୀରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨,୨୭୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩୬୪ଜଣ ଥିବାବେଳେ ସୁନ୍ଦରଗଡ଼ ୧୫୦, କଟକ ୧୪୪, ଅନୁଗୋଳ ୧୩୬, ବାଲେଶ୍ୱର ୧୧୧, ମୟୂରଭଞ୍ଜ ୧୧୦ ଏବଂ ଝାରସୁଗୁଡ଼ାରୁ ୧୦୦ ଜଣ ରହିଛନ୍ତି। ଅନ୍ୟ ସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଅଙ୍କରେ ସୀମିତ ରହିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୫୬,୯୩୭କୁ ବୃଦ୍ଧି ପାଇଛି। ସେପଟେ ମଙ୍ଗଳବାର ରାଜ୍ୟରେ ଆଉ ୨,୭୯୬ ଆକ୍ରାନ୍ତ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ଆରୋଗ୍ୟ ସଂଖ୍ୟା ୨,୩୨,୯୮୮ରେ ପହଞ୍ଚତ୍ଛି। ଦୈନିକ ସଂକ୍ରମିତ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଉଛି। ଗତ କିଛି ଦିନ ହେଲା ଦୈନିକ ମୃତ୍ୟୁ ସଂଖ୍ୟା ୧୫ରୁ ୧୮ ଭିତରେ ରହୁଛି। ଗତ ୨୪ ଘଣ୍ଟାରେ ୧୭ଜଣଙ୍କ ଜୀବନ ଯାଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ୩୮,୩୬,୮୨୫ କୋଭିଡ୍‌ ପରୀକ୍ଷା ହୋଇଥିବାବେଳେ ୬.୭% ପଜିଟିଭ୍‌ ବାହାରିଛି। ଗତ ୨୪ଘଣ୍ଟାରେ ୪୦,୦୫୮ ନମୁନା ପରୀକ୍ଷା ହୋଇଛି। ଏକଲକ୍ଷ କୋଭିଡ୍‌ ନମୁନା ପରୀକ୍ଷଣ ମାଇଲଖୁଣ୍ଟ ଅତିକ୍ରମ କରି ମହାମାରୀ ବିରୋଧରେ ଓଡ଼ିଶାର ସଂଗ୍ରାମକୁ ସଶକ୍ତ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇଏଲ୍‌ଏସ୍‌କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?