ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥମୁନି ପ୍ରସୂତି-ଶିଶୁ ମୃତ୍ୟୁ ସଂଖ୍ୟା, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି…

ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଜଣେ ଶିଶୁକନ୍ୟାଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ମୃତ ଶିଶୁକନ୍ୟାଙ୍କ ବାପା ହନି ସିମନ ନାୟକ ଲିଖିତ ଅଭିଯୋଗ କରିଛନ୍ତି। ସେ ଏହି ଅଭିଯୋଗ ପତ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଥିବା ଡାକ୍ତର ସ୍ବାଗତ ସେନାପତିଙ୍କୁ ବୁଧବାର ବିଳମ୍ବିତ ରାତିରେ ଦେଇଛନ୍ତି।

ଅଭିଯୋଗ ପାଇବା ପରେ ଡାକ୍ତର ସେନାପତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ତଦନ୍ତ ଦୁଇଟି ପ୍ରକ୍ରିୟାରେ କରାଯିବ ଗୋଟିଏ ତଦନ୍ତ ମୃତକଙ୍କ ଘରକୁ ଯାଇ ଏବଂ ଅନ୍ୟଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଏବଂ ଡ୍ୟୁଟିରେ ଥିବା ଅନ୍ୟ କର୍ମଚାରୀଙ୍କୁ ପଚରାଉଚରା କରାଯିବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଶିଶୁକନ୍ୟାଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଥଣ୍ଡା ଜ୍ୱର ହୋଇଥିଲା ବୁଧବାର ସକାଳ ୧୦ଟାରେ ଶିଶୁଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକୁ ଆଣି ଚିକିତ୍ସା କରାଇଥିଲେ ହେଲେ ଚିକିତ୍ସା କରୁଥିବା ଡାକ୍ତର ଶିଶୁଙ୍କୁ ବିନା ସ୍ପର୍ଶରେ ଔଷଧ ଲେଖିଦେଇ ଘରକୁ ନେଇଯିବାକୁ କହିଥିଲେ। ପରେ ପରିବାର ଲୋକ ଶିଶୁଙ୍କୁ ନେଇ ଘରକୁ ଯାଇ ଡାକ୍ତର ଲେଖିଥିବା ଔଷଧ ଖାଇବାକୁ ଦେଇଥିଲେ। ଶିଶୁ ସୁସ୍ଥ ହେବା ବଦଳରେ ଗୁରୁତର ହୋଇପଡ଼ିଥିଲେ। ପୁଣି ପରିବାର ଲୋକ ରାତି ୯ଟାରେ ସ୍ବାସ୍ଥ୍ୟକେନ୍ଦ୍ରକୁ ଶିଶୁଙ୍କୁ ନେଇ ଆସିଥିଲେ ତେବେ ଡାକ୍ତର ଶିଶୁଙ୍କ ମୃତ୍ୟୁ ହୋଇଯାଇଥିବା ପରିବାର ଲୋକଙ୍କୁ ଜଣାଇଥିଲେ। ଶିଶୁର ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ଚାପା ଉତ୍ତେଜନା ଦେଖାଯାଇଥିଲା। ପରିବାର ଲୋକ ଡାକ୍ତରଙ୍କ ଚିକିତ୍ସା ଅବହେଳା ଯୋଗୁ ତାଙ୍କ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ କରି ଲିଖିତ ଭାବେ ଜଣାଇଛନ୍ତି।

ସୂଚନା ଥାଉକି, ଚଳିତ ୩ରେ ଜଣେ ଗର୍ଭବତୀ ମହିଳାଙ୍କ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ସେହି ସମୟରେ ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ ହୋଇଥିଲା। ବାରମ୍ବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଘଟଣା ଘଟୁଥିବାରୁ ସ୍ଥାନୀୟ ଅଞ୍ଚକରେ ଅସନ୍ତୋଷ ଦେଖାଯିବ ସହ ବାରମ୍ବାର ଜଣେ ବିଶେଷଜ୍ଞ ଡାକ୍ତରଙ୍କୁ ନିଯୁକ୍ତି ପାଇଁ ଦାବି ହେଉଥିଲେ ମଧ୍ୟ ଏଥିପ୍ରତି ଜଲା ପ୍ରଶାସନ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେଉଛି। ଶିଶୁ ଓ ମହିଳା ବିଶେଷଜ୍ଞ ଡାକ୍ତର ନିଯୁକ୍ତି କରାଗଲେ ଅଞ୍ଚଳରେ ମାତୃ ଓ ଶିଶୁ ମୃତହାର କମିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri