କୋଭିଡ୍‌ ଯୋଗୁ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍‌ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବହୁ ସଂଖ୍ୟାରେ ବଢ଼ିଛି। ଏ ନେଇ ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇ କହିଛନ୍ତି, ଏହି ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ସବୁ ଜିଲାର ମାନସିକ ଚିକିତ୍ସା ୟୁନିଟ୍‌ଗୁଡ଼ିକ ମାଧ୍ୟମରେ ମୋବାଇଲ ମେଣ୍ଟାଲ ହେଲ୍‌ଥ ୟୁନିଟ୍‌ ଗଠନ କରାଯାଇଛି। ଉକ୍ତ ୟୁନିଟ୍‌ଗୁଡ଼ିକ ସଙ୍ଗରୋଧ କେନ୍ଦ୍ରକୁ ଯାଇ ଲୋକମାନଙ୍କର ମାନସିକ ସମସ୍ୟା ନିବାରଣ କରିବାକୁ ଚେଷ୍ଟା କରୁଛନ୍ତି। ସେହିପରି ମାନସିକ ରୋଗୀ ବିଭାଗରେ କଲ୍‌ ସେଣ୍ଟର ମଧ୍ୟ ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମ ପାଇଁ କେନ୍ଦ୍ର ସରକାର ରାଜ୍ୟକୁ ପୁରସ୍କୃତ କରିଛନ୍ତି। ତେବେ ଏହି କାର୍ଯ୍ୟ କିପରି ଆଗକୁ ଆହୁରି ତ୍ୱରାନ୍ବିତ ହୋଇପାରିବ ସେ ଦିଗରେ ବୈଠକ ମାଧ୍ୟମରେ ଆଲୋଚନା ହୋଇଛି। ଏଥିପାଇଁ ଜିଲାସ୍ତରୀୟ ଅଧିକାରୀଙ୍କୁ ସ୍ବତନ୍ତ୍ର ନିର୍ଦ୍ଦେଶ ଦିଆଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ମିଶ୍ର ସୂଚନା ଦେଇଛନ୍ତି।
ସେପଟେ କରୋନା ମହାମାରୀ ସମୟରେ ମାନସିକ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ପାଇଁ ରବିବାର ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ଅବସରରେ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ଶିଶୁ, ମହିଳା, ବୟସ୍କ ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପ୍ରତି ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଅଧିକ ଯତ୍ନବାନ ହେବା ସହିତ କୋଭିଡ୍‌ ନିୟମାବଳୀ ବିଷୟରେ ସେମାନଙ୍କୁ ବୁଝାଇବାକୁ ବିଭାଗ କହିଛି। ଅଧିକ ଭୟଭୀତ ନ ହୋଇ ଏହାର ମୁକାବିଲା କରନ୍ତୁ, ନିୟମିତ ଶାରୀରିକ ପରିଶ୍ରମ କରନ୍ତୁ ଓ ସ୍ବାସ୍ଥ୍ୟକର ଖାଦ୍ୟ ଖାଆନ୍ତୁ, ନିୟମିତ ଯୋଗ ଓ ବ୍ୟାୟାମ ଅଭ୍ୟାସ ସହ ୬ରୁ ୮ଘଣ୍ଟା ଶୟନ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଲା ଦନ୍ତା: ଶିଶୁକନ୍ୟା-ବୃଦ୍ଧଙ୍କ ଜୀବନ ନେଲା

ମୋରଡ଼ା,୩୦।୬ (ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହୁଥିବା ବେଳେ ଜୀବନ ହାନୀର ଘଟଣା ମଧ୍ୟ ଦିନକୁ ଦିନ...

ମଣ୍ଡିରୁ ଉଠୁନି ଧାନ: ଚିଠି, ଟୁଇଟର ମାଧ୍ୟମରେ ମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ସାରା ରାଜ୍ୟରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ହେଲେ କେତେକ ସ୍ଥାନରେ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏପରି...

ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ...

ଜାତୀୟ ରାଜପଥ କାର୍ଯ୍ୟରେ ମନ୍ଥରତା

ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ...

ଥାନା ଛାତରୁ ଡେଇଁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ରୁଜୁ ହେଲା ହାଜତ ମୃତ୍ୟୁ ମାମଲା

ବୀରମହାରାଜପୁର, ୩୦ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ...

୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଏଆର୍‌ଆଇ

ନବରଙ୍ଗପୁର,୬।୧(ବି.ପ୍ର.): ନବରଙ୍ଗପୁର ବ୍ଲକ ଅଧୀନ ସାନମସିଗାଁ ଏଆର୍‌ଆଇ (ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର) ଜଗଦୀଶ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନବରଙ୍ଗପୁର ଭିଜିଲାନ୍ସ...

ଶ୍ରାବଣୀ ମହାଦେବଙ୍କୁ ଜଳଲାଗି

ଆରଡ଼ି, ୧୯।୭ (ଡି.ଏନ.ଏ.) ଶ୍ରାବଣ ମାସର ପ୍ରଥମ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ କାଉଡ଼ିଆମାନେ ଜଳଲାଗି କରିଛନ୍ତି। ରବିବାର ଅପରାହ୍ନଠାରୁ ଏଠାରେ ସେମାନଙ୍କର...

ଲଗେଜ୍‌ରେ ବନ୍ଧୁକ ନେଇ ବିମାନଯାତ୍ରା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ହାଇସିକ୍ୟୁରିଟ୍‌ ଜୋନ୍‌ କୁହାଯାଉଥିବା ବିମାନ ବନ୍ଦର ଭିତରକୁ ଜଣେ ଯାତ୍ରୀ ବନ୍ଧୁକ ନେଇଯାଇଥିଲେ। ବିମାନ ଭିତରକୁ ଚଢିବା ସମୟରେ ସୁରକ୍ଷାକର୍ମୀ ଲଗେଜ ଯାଞ୍ଚ କରିବାବେଳେ...

Advertisement
Archives

Model This Week