କୋଭିଡ୍‌ ଯୋଗୁ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍‌ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବହୁ ସଂଖ୍ୟାରେ ବଢ଼ିଛି। ଏ ନେଇ ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇ କହିଛନ୍ତି, ଏହି ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ସବୁ ଜିଲାର ମାନସିକ ଚିକିତ୍ସା ୟୁନିଟ୍‌ଗୁଡ଼ିକ ମାଧ୍ୟମରେ ମୋବାଇଲ ମେଣ୍ଟାଲ ହେଲ୍‌ଥ ୟୁନିଟ୍‌ ଗଠନ କରାଯାଇଛି। ଉକ୍ତ ୟୁନିଟ୍‌ଗୁଡ଼ିକ ସଙ୍ଗରୋଧ କେନ୍ଦ୍ରକୁ ଯାଇ ଲୋକମାନଙ୍କର ମାନସିକ ସମସ୍ୟା ନିବାରଣ କରିବାକୁ ଚେଷ୍ଟା କରୁଛନ୍ତି। ସେହିପରି ମାନସିକ ରୋଗୀ ବିଭାଗରେ କଲ୍‌ ସେଣ୍ଟର ମଧ୍ୟ ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମ ପାଇଁ କେନ୍ଦ୍ର ସରକାର ରାଜ୍ୟକୁ ପୁରସ୍କୃତ କରିଛନ୍ତି। ତେବେ ଏହି କାର୍ଯ୍ୟ କିପରି ଆଗକୁ ଆହୁରି ତ୍ୱରାନ୍ବିତ ହୋଇପାରିବ ସେ ଦିଗରେ ବୈଠକ ମାଧ୍ୟମରେ ଆଲୋଚନା ହୋଇଛି। ଏଥିପାଇଁ ଜିଲାସ୍ତରୀୟ ଅଧିକାରୀଙ୍କୁ ସ୍ବତନ୍ତ୍ର ନିର୍ଦ୍ଦେଶ ଦିଆଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ମିଶ୍ର ସୂଚନା ଦେଇଛନ୍ତି।
ସେପଟେ କରୋନା ମହାମାରୀ ସମୟରେ ମାନସିକ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ପାଇଁ ରବିବାର ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ଅବସରରେ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ଶିଶୁ, ମହିଳା, ବୟସ୍କ ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପ୍ରତି ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଅଧିକ ଯତ୍ନବାନ ହେବା ସହିତ କୋଭିଡ୍‌ ନିୟମାବଳୀ ବିଷୟରେ ସେମାନଙ୍କୁ ବୁଝାଇବାକୁ ବିଭାଗ କହିଛି। ଅଧିକ ଭୟଭୀତ ନ ହୋଇ ଏହାର ମୁକାବିଲା କରନ୍ତୁ, ନିୟମିତ ଶାରୀରିକ ପରିଶ୍ରମ କରନ୍ତୁ ଓ ସ୍ବାସ୍ଥ୍ୟକର ଖାଦ୍ୟ ଖାଆନ୍ତୁ, ନିୟମିତ ଯୋଗ ଓ ବ୍ୟାୟାମ ଅଭ୍ୟାସ ସହ ୬ରୁ ୮ଘଣ୍ଟା ଶୟନ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri