୩୦୦କୁ କମିଲା କରୋନା ପଜିଟିଭ୍‌ ସଂଖ୍ୟା , ୪ ମୃତ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୩୮୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ସର୍ବାଧିକ ୪୪ ଜଣ ଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୧୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୧୨, କଟକରୁ ୨୦ , ଦେବଗଡ଼ରୁ ୧ , ଢେଙ୍କାନାଳରୁ ୩ ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୧, ଯାଜପୁରର ୭, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୬, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୪ , ମୟୂରଭଞ୍ଜରୁ ୧୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨ , ନୟାଗଡ଼ରୁ ୧, ନୂଆପଡ଼ାରୁ ୧୧, ପୁରୀରୁ ୧୯, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଓ ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୩୪ ଓ ଷ୍ଟେଟ୍‌ ପୁଲ୍‌ରୁ ୯ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୧୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ମୟୂରଭଞ୍ଜରୁ ୨ ଓ ଜଗତ୍‌ସିଂହପୁର ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?