ରାଜ୍ୟରେ ୫ ଲକ୍ଷ ଛୁଇଁଲା ଟେଷ୍ଟ ସଂଖ୍ୟା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ରୋକିବାକୁ ହେଲେ ପ୍ରଥମେ ସବୁ ଆକ୍ରାନ୍ତଙ୍କୁ ଚିହ୍ନଟ କରିବାକୁ ହେବ। ଏଥିପାଇଁ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି। ପ୍ରଥମ ୧୦ ସପ୍ତାହରେ ୧ଲକ୍ଷ କୋଭିଡ୍‌ ପରୀକ୍ଷା ହୋଇଥିଲା। ବର୍ତ୍ତମାନ ୫୪ ପରୀକ୍ଷାଗାର କାର୍ଯ୍ୟ କରୁଥିବାବେଳେ ୧୦ଦିନରେ ୧ଲକ୍ଷ ନମୁନା ପରୀକ୍ଷଣ କରାଯାଉଛି। ଫଳରେ ଇତିମଧ୍ୟରେ ରାଜ୍ୟରେ କୋଭିଡ୍‌ ଟେଷ୍ଟ୍‌ ପରିମାଣ ୫ଲକ୍ଷ ୨୩୮ରେ ପହଞ୍ଚତ୍ଛି। ରାଜ୍ୟ ସରକାର ଓ କୋଭିଡ୍‌ ଯୋଦ୍ଧାଙ୍କ ପରିଶ୍ରମ ପାଇଁ ଏହା ସମ୍ଭବ ହୋଇପାରିଛି ବୋଲି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି।
ଭୁବନେଶ୍ୱର ଗୀତ ଗୋବିନ୍ଦ ସଦନରେ ଶାଳିନୀ କହିଛନ୍ତି, ବର୍ତ୍ତମାନ ଆଣ୍ଟିଜେନ୍‌ ଟେଷ୍ଟିଂ ମଧ୍ୟ ବହୁମାତ୍ରାରେ ଚାଲିଛି। ଗଞ୍ଜାମରେ ଦିନକୁ ୧୫୦୦ରୁ ୨୦୦୦ ଟେଷ୍ଟିଂ କରାଯାଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରେ ମଧ୍ୟ ଟେଷ୍ଟିଂ ପରିମାଣ ବୃଦ୍ଧିପାଇଛି। ମୟୂରଭଞ୍ଜ, କଳାହାଣ୍ଡି, ମାଲକାନଗିରି ଓ ରାୟଗଡ଼ା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଟେଷ୍ଟିଂ ହେଉଛି। ଅଧିକ ଟେଷ୍ଟିଂ ହେଉଥିବାରୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସ୍ବାଭାବିକ। ତେଣୁ ଯେତେଶୀଘ୍ର ଆମେ ଟେଷ୍ଟିଂ ବଢ଼ାଇବା, ସେତେଶୀଘ୍ର ସଂକ୍ରମିତ ଚିହ୍ନଟ ହେବେ। ବିଗତ ଦିନରେ ଟେଷ୍ଟିଂ ସଂଖ୍ୟା ବଢ଼ିଥିବାରୁ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ହେଲେ ଗତ କିଛିଦିନ ମଧ୍ୟରେ ଜିଲାରେ ପଜିଟିଭ୍‌ ସଂଖ୍ୟା ହ୍ରାସ ପାଇଛି। ଗଞ୍ଜାମଠାରୁ ଆମ ସମସ୍ତଙ୍କୁ କିଛି ନା କିଛି ଶିଖିବାର ଅଛି। ଏବେଠୁ ଆମକୁ ଅଧିକ ସତର୍କ ଓ ଯତ୍ନବାନ୍‌ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri