ଓଡ଼ିଶାରେ କମୁଛି କଲରାପତରିଆ ବାଘଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ରାଜ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା ହ୍ରାସ ପାଇଛି। ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ରୁ ଏହି ତଥ୍ୟ ସାମନାକୁ ଆସିଛି। ଗତ ୪ବର୍ଷରେ ୧୯୨ଟି କଲରପତରିଆ ବାଘ କମିଥିବା ଜଣାପଡ଼ିଛି। ରିପୋର୍ଟ ଅନୁସାରେ ୨୦୧୮ରେ ହୋଇଥିବା କଲରାପତରିଆ ଗଣନା ବେଳେ ରାଜ୍ୟରେ ୭୬୦ କଲରାପତରିଆ ବାଘ ଥିବାବେଳେ ବର୍ତ୍ତମାନ ରାଜ୍ୟରେ ୫୬୮ ରହିଛି। ଯଦିଓ ରାଜ୍ୟରେ କଲରାପତରିଆଙ୍କ ସଂଖ୍ୟା ହ୍ରାସ ପାଉଛି, ମାତ୍ର ଶିମିଳିପାଳ, ସାତକୋଶିଆରେ ସଂଖ୍ୟା ବୃଦ୍ଧି ହୋଇଛି। ସାତକୋଶିଆ ଓ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟରେ ଯଥାକ୍ରମେ ୮୦ ଓ ୯୧ ବାଘ କ୍ୟାମେରା ଟ୍ରାପରେ ଠାବ ହୋଇଛନ୍ତି। ଅନ୍ୟପଟେ ନୟାଗଡ଼ ଓ ଘୁମୁସର ବନଖଣ୍ଡରେ କୌଣସି ବାଘ ନଜର ଆସି ନ ଥିବା ରିପୋର୍ଟରେ ଦର୍ଶାଯାଇଛି।
ଶିମିଳିପାଳ, ସାତକୋଶିଆରେ କଲରାପତରିଆଙ୍କ ସଂଖ୍ୟା ବୃଦ୍ଧି ସନ୍ତୋଷଜନକ ଥିବାବେଳେ ଅଣସଂରକ୍ଷିତ ଅଞ୍ଚଳରେ ୫୫ପ୍ରତିଶତ କଲରାପତରିଆ ଚିହ୍ନଟ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି, ଯାହାକୁ ନେଇ ଏନ୍‌ଟିସିଏ ଚିନ୍ତା ପ୍ରକଟ କରିଛି। କେବଳ ବ୍ୟାଘ୍ର ପ୍ରକଳ୍ପରେ ସୁରକ୍ଷା ଓ ସଂରକ୍ଷଣକୁ ଦୃଷ୍ଟି ଦିଆଯାଇଥିବାବେଳେ ବାକି ଅନ୍ୟ ସ୍ଥାନରେ ଦୃଷ୍ଟାନ୍ତମୂଳକ ଭାବେ ସଂଖ୍ୟା ହ୍ରାସ ପାଉଛି। ତେଣୁ ରାଜ୍ୟ ବନ ବିଭାଗ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ପାଟ୍ରୋଲିଂ ବଢ଼ାଇବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri