ନୂଆବର୍ଷରେ ହ୍ରାସ ପାଇଲା ପର୍ଯ୍ୟଟକଙ୍କ ସଂଖ୍ୟା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଠାରୁ ୫ କିଲୋମିଟର ଦୂର ସତୀଗୁଡ଼ା ଜଳଭଣ୍ଡାରକୁ ଲାଗି ରହିଥିବା ସତୀଗୁଡ଼ା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଏବଂ ଚିତ୍ରକୋଣ୍ଡାଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀରେ ପୂର୍ବବର୍ଷ ଭଳି ନୂଆବର୍ଷରେ ପର୍ଯ୍ୟଟକଙ୍କ ସଂଖ୍ୟା କମ୍‌ ଦେଖିବାକୁ ମିଳିଛି। ପ୍ରତିବର୍ଷ ନୂଆବର୍ଷରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଏହି ଦୁଇଟି ପର୍ଯ୍ୟଟନସ୍ଥଳୀକୁ ପରିଭ୍ରମଣରେ ଆସି ବଣଭୋଜି କରି ମଜା ନେବା ସହ ନୌବିହାର, ଶିଶୁ ଉଦ୍ୟାନ, ବିଭିନ୍ନ ପ୍ରାକୃତିକ ବୃକ୍ଷରାଜି, ଫୁଲ ବଗିଚା, ଦୋଳି ଖେଳ, ପାଣି ନିର୍ଝର ସହ ପ୍ରାକୃତିକ ପରିବେଶକୁ ଉପଭୋଗ କରିଥାନ୍ତି। କିନ୍ତୁ ଚଳିତ ବର୍ଷ ଉଭୟ ପର୍ଯ୍ୟଟନସ୍ଥଳୀ ପରିସରରେ ବନବିଭାଗ ପକ୍ଷରୁ ବଣଭୋଜି ନିଷେଧ କରାଯାଇଥିବାରୁ ଛତିଶଗଡ଼, ଆନ୍ଧ୍ର, ଏବଂ ମାଲକାନଗିରି ସହ ଅନ୍ୟ ଜିଲାରୁ ଆସିଥିବା ପର୍ଯ୍ୟଟକମାନେ ନିରାଶ ହୋଇ ଫେରି ଯାଉଥିବା ଦେଖିବାକୁ ମିଳିଛି। ଯଦ୍ୱାରା ଚଳିତ ବର୍ଷ ରାଜସ୍ବ ଆଦାୟ ବାଧାପ୍ରାପ୍ତ ହୋଇଛି। ଏ ସମ୍ବନ୍ଧରେ ସ୍ଥାନୀୟ ବନାଞ୍ଚଳ ଅଧିକାରୀ ଜଗନ୍ନାଥ ପ୍ରସାଦ ବିଶୋଇ ପ୍ରକାଶ କରିଛନ୍ତି, ପର୍ଯ୍ୟଟକମାନଙ୍କ ପାଇଁ ପର୍ଯ୍ୟଟନସ୍ଥଳୀ ପରିସରରେ କ୍ୟାଣ୍ଟିନ ବ୍ୟବସ୍ଥା କରାଯିବା ସହ ସେମାନଙ୍କର ଖାଦ୍ୟପେୟ, ଜଳଖିଆ ଇତ୍ୟାଦି ବ୍ୟବସ୍ଥା ଅଛି। ବଣଭୋଜି ଦ୍ୱାରା ପର୍ଯ୍ୟଟନସ୍ଥଳୀ ପରିବେଶ ଉପରେ କୁପ୍ରଭାବ ପଡୁଥିବାରୁ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ବଣଭୋଜିକୁ ନିଷେଧ କରାଯାଇଛି। ତେବେ ପର୍ଯ୍ୟଟନସ୍ଥଳୀକୁ ଲାଗି ରହିଥିବା ଅନ୍ୟ ଏକ ସ୍ଥାନରେ ବଣଭୋଜି ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାର ଯୋଜନା ଅଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?