ନନ୍ଦନକାନନରେ ବଢୁଛି ପର୍ଯ୍ୟଟକ ସଂଖ୍ୟା

ବାରଙ୍ଗ,୧୧।୯(ଡି.ଏନ୍‌.ଏ.): କୋଭିଡ କଟକଣା କୋହଳ ହେବାପରେ ନନ୍ଦନକାନନରେ ଦିନକୁ ଦିନ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଗଣେଶ ପୂଜାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଲିଛନ୍ତି ୬୯୨୦ଜଣ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରେ ନନ୍ଦନକାନନ ଟିକଟ କାଉଣ୍ଟରରେ ୬୮୩୨ ଓ ଅନ୍‌ଲାଇନ ମାଧ୍ୟମରେ ୮୮ଜଣ ପର୍ଯ୍ୟଟକ ଟିକେଟ କରିଥିଲେ। ସେହିପରି ବଟାନିକାଲ ଗାର୍ଡେନକୁ ୬୭୦ଜଣ ପର୍ଯ୍ୟଟକ ବୁଲି ଆସିଥିଲେ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଡ.ସଞ୍ଜିତ କୁମାର ସୂଚନା ଦେଇଛନ୍ତି। କରୋନା କଟକଣା ପାଇଁ ପର୍ଯ୍ୟଟକଙ୍କ ନିମନ୍ତେ ନନ୍ଦନକାନନ ମେ ପହିଲାରୁ ବନ୍ଦ ରଖାଯାଇଥିଲା। ଅଗଷ୍ଟ ୩ତାରିଖରେ ଉଭୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିଥିଲା। ପ୍ରଥମ ଦିନରେ ୧୩୭୫ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ। ସେହିଦିନଠାରୁ ଏପର୍ଯ୍ୟନ୍ତ ୮୭ହଜାର ୪୮୭ଜଣ ପର୍ଯ୍ୟଟକ ବୁଲିବାକୁ ଆସିଥିବାବେଳେ ଅଗଷ୍ଟ ମାସରେ କେବଳ ୫୦ହଜାର ୪୭୧ଜଣ ପର୍ଯ୍ୟଟକ ଆସିଥିଲେ ବୋଲି ଉପନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri