ରାଜଧାନୀରେ ଟିକାକରଣ କେନ୍ଦ୍ର ସଂଖ୍ୟା ବଢ଼ିଲା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଅଥବା ପ୍ରିକସନ୍‌ ଡୋଜ୍‌ ଦେବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି ପାଇଛି। ପୂର୍ବରୁ ଏହା ୧୯ ଥିବା ବେଳେ ବୃଦ୍ଧି ପାଇ ୨୭ଟି ହୋଇଛି। ୧୨ରୁ୧୪ ବର୍ଷ ବୟସ ବର୍ଗଙ୍କ କୋର୍ବେଭାକ୍ସ ଟିକା ପାଇଁ ୫ଟି କେନ୍ଦ୍ର ରଖାଯାଇଛି । ସେହିଭଳି ୧୮ରୁ ୫୯ ବର୍ଷ ବୟସ ବର୍ଗଙ୍କ କୋଭିସିଲ୍ଡ ଟିକାର ବୁଷ୍ଟର ଡୋଜ ୟୁନିଟ-୯ ପୌର ସ୍ବାସ୍ଥ୍ୟକେନ୍ଦ୍ରରେ ଦିଆଯିବ । ସେହିପରି କ୍ୟାପିଟାଲ ହସ୍ପିଟାଲ, ବିଏମ୍‌ସି ହସ୍ପିଟାଲ, ଏମ୍ସ ହସ୍ପିଟାଲ ଓ ରେଲୱେ ହସ୍ପିଟାଲ ସମେତ ଅବଶିଷ୍ଟ ୨୧ଟି କେନ୍ଦ୍ରରେ କୋଭାକ୍ସିନ ଟିକାର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ବା ପ୍ରିକସନ ଡୋଜ ଉପଲବ୍ଧ ହେବ। ଏଥିପାଇଁ ସକାଳ ୯ଟାଠାରୁ ଅପରାହ୍ନ ଗୋଟାଏ ଓ ପୁଣି ଅପରାହ୍ନ ୩ଟାଠାରୁ ସାଢେ ୫ଟା ସମୟ ଧାର୍ଯ୍ୟ କରାଯାଇଛି। cowin ପୋର୍ଟାଲରେ ନାମ ପଞ୍ଜିକରଣ କରି ର୍ନିଦ୍ଧାରିତ ସମୟ ଓ ସ୍ଥାନରେ ମାସ୍କ ପରିଧାନ କରି ଟୀକା ଗ୍ରହଣ କରିବାକୁ ବିଏମସି ପକ୍ଷରୁ ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?