ହଟସ୍ପଟ ଅଞ୍ଚଳରୁ ଲୋକେ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି କରୋନା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି। ହଟସ୍ପଟ ଅଞ୍ଚଳରୁ ଲୋକେ ଭୁବନେଶ୍ୱର ଆସୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ବିଏମସି ପାଇଁ ଏକ ବଡ ଚ୍ୟାଲେଞ୍ଜ। ଗତ ୧୦ ଦିନରେ ଭୁବନେଶ୍ୱରରେ ୩୧୭ କେସ ସାମ୍ନାକୁ ଆସିଛି। ୩୧୭ ଆକ୍ରାନ୍ତଙ୍କ ମଧ୍ୟରୁ ହସ୍ପିଟାଲରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ଶନିବାର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି ।
ସେ ଆହୁରି କହିଛନ୍ତି, ହଟସ୍ପଟ ଜିଲାରୁ ଆସୁଥିବା ଲୋକଙ୍କୁ ଧ୍ୟାନରେ ରଖି ମନିଟର କରାଯାଉଛି। ପଜିଟିଭ କେସ ଚିହ୍ନଟ ହେଲେ ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯାଇଛି। ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ, ହାତ ଧୁଅନ୍ତୁ । ନିଜ ଦାୟିତ୍ୱ ନିଜେ ନିଅନ୍ତୁ। ମାକେର୍ଟ ଅଞ୍ଚଳରେ ସାମାଜିକ ଦୂରତା ନିୟମ ଭଙ୍ଗ ହେଉଛି। କରୋନାକୁ ସାମ୍ନା କରିବା ପାଇଁ ନିଜେ ନିଜର ଦାୟିତ୍ୱ ନିଅନ୍ତୁ। ବେଶି ଗହଳି ସ୍ଥାନକୁ ଯାଆନ୍ତୁ ନାହିଁ, ସବୁବେଳେ ମାସ୍କ ପିନ୍ଧିବାକୁ ସେ ପରାମର୍ଶ ଦେଇଛନ୍ତି। ସେହିପରି ସ୍ଲମ ଏରିଆରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ସ୍ଲମ କମିଟି ଗଠନ ହୋଇଛି। ଭୁବନେଶ୍ୱର ବସ୍ତି ଅଞ୍ଚଳରେ ଓ୍ବାର୍ଡ କମିଟିମାନେ ସକ୍ରିୟ ଅଛନ୍ତି। ବସ୍ତି ଅଞ୍ଚଳରେ କିପରି ସଂକ୍ରମଣ ବଢିବନି ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି ବୋଲି କମିଶନର ପ୍ରେମଚାନ୍ଦ ଚୌଧୁରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri