ହଟସ୍ପଟ ଅଞ୍ଚଳରୁ ଲୋକେ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି କରୋନା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି। ହଟସ୍ପଟ ଅଞ୍ଚଳରୁ ଲୋକେ ଭୁବନେଶ୍ୱର ଆସୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ବିଏମସି ପାଇଁ ଏକ ବଡ ଚ୍ୟାଲେଞ୍ଜ। ଗତ ୧୦ ଦିନରେ ଭୁବନେଶ୍ୱରରେ ୩୧୭ କେସ ସାମ୍ନାକୁ ଆସିଛି। ୩୧୭ ଆକ୍ରାନ୍ତଙ୍କ ମଧ୍ୟରୁ ହସ୍ପିଟାଲରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ଶନିବାର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି ।
ସେ ଆହୁରି କହିଛନ୍ତି, ହଟସ୍ପଟ ଜିଲାରୁ ଆସୁଥିବା ଲୋକଙ୍କୁ ଧ୍ୟାନରେ ରଖି ମନିଟର କରାଯାଉଛି। ପଜିଟିଭ କେସ ଚିହ୍ନଟ ହେଲେ ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯାଇଛି। ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ, ହାତ ଧୁଅନ୍ତୁ । ନିଜ ଦାୟିତ୍ୱ ନିଜେ ନିଅନ୍ତୁ। ମାକେର୍ଟ ଅଞ୍ଚଳରେ ସାମାଜିକ ଦୂରତା ନିୟମ ଭଙ୍ଗ ହେଉଛି। କରୋନାକୁ ସାମ୍ନା କରିବା ପାଇଁ ନିଜେ ନିଜର ଦାୟିତ୍ୱ ନିଅନ୍ତୁ। ବେଶି ଗହଳି ସ୍ଥାନକୁ ଯାଆନ୍ତୁ ନାହିଁ, ସବୁବେଳେ ମାସ୍କ ପିନ୍ଧିବାକୁ ସେ ପରାମର୍ଶ ଦେଇଛନ୍ତି। ସେହିପରି ସ୍ଲମ ଏରିଆରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ସ୍ଲମ କମିଟି ଗଠନ ହୋଇଛି। ଭୁବନେଶ୍ୱର ବସ୍ତି ଅଞ୍ଚଳରେ ଓ୍ବାର୍ଡ କମିଟିମାନେ ସକ୍ରିୟ ଅଛନ୍ତି। ବସ୍ତି ଅଞ୍ଚଳରେ କିପରି ସଂକ୍ରମଣ ବଢିବନି ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି ବୋଲି କମିଶନର ପ୍ରେମଚାନ୍ଦ ଚୌଧୁରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri