ବଢ଼ିଛନ୍ତି ଭୋଟର କମିଛି ଓ୍ବାର୍ଡ

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଚଳିତ ମାସ ଶେଷ ସପ୍ତାହ ସୁଦ୍ଧା ଲାଗୁ ହୋଇପାରେ। ଏହା ପୂର୍ବରୁ ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ପ୍ରାୟ ଶେଷ ହୋଇସାରିଛି। ଡିସେମ୍ବର ୪ରେ ଜିଲାସ୍ତରରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଗତଥର ଅପେକ୍ଷା ଏଥର ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ରାଜ୍ୟ ନିର୍ବାଚନ ଆୟୋଗ ସଚିବ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ପଞ୍ଚାୟତ ନିର୍ବାଚନ ନେଇ ଖୁବଶୀଘ୍ର ସର୍ବଦଳୀୟ ବୈଠକ ଡକାଯିବ। ସର୍ବଦଳୀୟ ବୈଠକ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଚୁଡାନ୍ତ ତାରିଖ ଘୋଷଣା କରାଯିବ। ଏଥର ଭୋଟର ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ଓ୍ବାର୍ଡ ସଂଖ୍ୟା କିନ୍ତୁ ହ୍ରାସ ପାଇଛି। ୯୧ ହଜାର ୯୧୩ ଓ୍ବାର୍ଡରେ ଭୋଟ ଗ୍ରହଣ କରାଯିବ। ୨୦୧୭ରେ ଭୋଟର ସଂଖ୍ୟା ୨ କୋଟି ୬୧ ଲକ୍ଷ ଥିଲା। ଏଥର କିନ୍ତୁ ଏହା ୨ କୋଟି ୬୩ ଲକ୍ଷ ୪୭ ହଜାର ହେବା ସମ୍ଭାବନା ରହିଥିବା ଜଣାପଡିଛି।
ପଞ୍ଚାୟତ ନିର୍ବାଚନ ସକାଶେ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ନେତାଙ୍କୁ ଆଉ ପୂର୍ବଭଳି ରାଜଧାନୀରେ ସେତେଟା ଦେଖିବାକୁ ମିଳୁନାହିଁ। ନିର୍ବାଚନ ଲାଗି ତୃଣମୂଳସ୍ତରକୁ ସବୁ ଦଳର ନେତା ଗସ୍ତ କରି ନିଜର ସାମାଜିକ ଗଣମାଧ୍ୟମ ଜରିଆରେ ଭିନ୍ନଭିନ୍ନ ଫଟୋ ଶେୟାର କରୁଥିବା ଦେଖିବାକୁ ମିଳୁଛି। ବିଜେଡି ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଓ ଦରଦାମ ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ବିଫଳତାକୁ ପ୍ରସଙ୍ଗ କରି ଲୋକଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛି। ସେହିପରି ଭାଜପା ମଧ୍ୟ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସହ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ମୁଖ୍ୟ ପ୍ରସଙ୍ଗ କରିବାକୁ ଚେଷ୍ଟା ଚଳାଇଛି। କଂଗ୍ରେସ କିନ୍ତୁ ପଞ୍ଚାୟତ ନିର୍ବାଚନ ଲାଗି ବିଜେଡି, ଭାଜପା ଭଳି ପ୍ରସ୍ତୁତ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri