କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା

କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯ ଭୋଟର ରହିଛନ୍ତି ବୋଲି ଚୂଡ଼ାନ୍ତ ତାଲିକାରେ ଦର୍ଶାଯାଇଛି। ସେଥିମଧ୍ୟର ୨ଲକ୍ଷ ୩୧ହଜାର ୩୦ ପୁରୁଷ, ୨ ଲକ୍ଷ ୧୯ ହଜାର ୫୯୮ ମହିଳା ଏବଂ ୧୩୧ ଜଣ କିନ୍ନର। ୪୮ନଂ. ୱାର୍ଡରେ ସର୍ବାଧିକ ୮୬୯୧ ଭୋଟର ରହିଥିବା ବେଳେ ୫୯ ନଂ ୱାର୍ଡରେ ସର୍ବନିମ୍ନ ୪୬୯୦ ଜଣ ଭୋଟର ରହିଛନ୍ତି। ଗତ ୯ତାରିଖରେ ପ୍ରକାଶିତ ପ୍ରାଥମିକ ଭୋଟର ତାଲିକାରେ ଭୋଟର ସଂଖ୍ୟା ୪ଲକ୍ଷ ୪୫ହଜାର ୫୮୫ ରହିଥିଲା। ଏହାପରେ ଭୋଟର ତାଲିକାରେ ତ୍ରୁଟି ଥିବା ନେଇ ଅନେକ ଅଭିଯୋଗ ହୋଇଥିଲା। ଉକ୍ତ ଅଭିଯୋଗ ଭିତ୍ତିରେ ସିଏମସି ପକ୍ଷରୁ ସଂଶୋଧନ କରାଯାଇ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ତେବେ ଚୂଡ଼ାନ୍ତ ତାଲିକା ନେଇ ଆଉ କୌଣସି ସଂଶୋଧନ କରାଯାଇ ପାରିବ ନାହିଁ ବୋଲି ସିଏମ୍‌ସି ନିର୍ବାଚନ ଅଧିକାରୀ ଅମିୟ ପଣ୍ଡା କହିଛନ୍ତି। ଏଥିସହ ଗୁରୁବାର ପୌରନିର୍ବାଚନ ପାଇଁ ଇଭିଏମ୍‌ ଆସିଯାଇଛି। ତାହାକୁ ବୋଷ କଲେଜରେ ରଖାଯାଇଛି ଏବଂ ଯାଞ୍ଚ ଚାଲିଛି ବୋଲି ସେ କହିଛନ୍ତି। ସୂଚନାଥାଉକି ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇସାରିଛି। ମୋଟ ୫୯ଟି ୱାର୍ଡରୁ ୩୩ଟି ୱାର୍ଡ ସଂରକ୍ଷିତ ଥିବାବେଳେ ୨୬ଟିକୁ ଅସଂରକ୍ଷିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri