କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା

କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯ ଭୋଟର ରହିଛନ୍ତି ବୋଲି ଚୂଡ଼ାନ୍ତ ତାଲିକାରେ ଦର୍ଶାଯାଇଛି। ସେଥିମଧ୍ୟର ୨ଲକ୍ଷ ୩୧ହଜାର ୩୦ ପୁରୁଷ, ୨ ଲକ୍ଷ ୧୯ ହଜାର ୫୯୮ ମହିଳା ଏବଂ ୧୩୧ ଜଣ କିନ୍ନର। ୪୮ନଂ. ୱାର୍ଡରେ ସର୍ବାଧିକ ୮୬୯୧ ଭୋଟର ରହିଥିବା ବେଳେ ୫୯ ନଂ ୱାର୍ଡରେ ସର୍ବନିମ୍ନ ୪୬୯୦ ଜଣ ଭୋଟର ରହିଛନ୍ତି। ଗତ ୯ତାରିଖରେ ପ୍ରକାଶିତ ପ୍ରାଥମିକ ଭୋଟର ତାଲିକାରେ ଭୋଟର ସଂଖ୍ୟା ୪ଲକ୍ଷ ୪୫ହଜାର ୫୮୫ ରହିଥିଲା। ଏହାପରେ ଭୋଟର ତାଲିକାରେ ତ୍ରୁଟି ଥିବା ନେଇ ଅନେକ ଅଭିଯୋଗ ହୋଇଥିଲା। ଉକ୍ତ ଅଭିଯୋଗ ଭିତ୍ତିରେ ସିଏମସି ପକ୍ଷରୁ ସଂଶୋଧନ କରାଯାଇ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ତେବେ ଚୂଡ଼ାନ୍ତ ତାଲିକା ନେଇ ଆଉ କୌଣସି ସଂଶୋଧନ କରାଯାଇ ପାରିବ ନାହିଁ ବୋଲି ସିଏମ୍‌ସି ନିର୍ବାଚନ ଅଧିକାରୀ ଅମିୟ ପଣ୍ଡା କହିଛନ୍ତି। ଏଥିସହ ଗୁରୁବାର ପୌରନିର୍ବାଚନ ପାଇଁ ଇଭିଏମ୍‌ ଆସିଯାଇଛି। ତାହାକୁ ବୋଷ କଲେଜରେ ରଖାଯାଇଛି ଏବଂ ଯାଞ୍ଚ ଚାଲିଛି ବୋଲି ସେ କହିଛନ୍ତି। ସୂଚନାଥାଉକି ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇସାରିଛି। ମୋଟ ୫୯ଟି ୱାର୍ଡରୁ ୩୩ଟି ୱାର୍ଡ ସଂରକ୍ଷିତ ଥିବାବେଳେ ୨୬ଟିକୁ ଅସଂରକ୍ଷିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri